30.1 C
Bhubaneswar
Friday, August 28, 2026
Homeଓଡିଶାଆଜି ମହାପ୍ରଭୁ ଜଗନ୍ନାଥ ପିନ୍ଧିବେ ରାଖୀ

ଆଜି ମହାପ୍ରଭୁ ଜଗନ୍ନାଥ ପିନ୍ଧିବେ ରାଖୀ

ପୁରୀ: ଆଜି ମହାପ୍ରଭୁ ଜଗନ୍ନାଥ ପିନ୍ଧିବେ ରାଖୀ । ଆଜି ପବିତ୍ର ଗହ୍ମାପୂର୍ଣ୍ଣମୀ ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଆଜି ମଧ୍ୟାହ୍ନ ଧୂପ ପରେ ଭଉଣୀ ସୁଭଦ୍ରା, ଦୁଇ ଭାଇ ପ୍ରଭୁ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ରାକ୍ଷୀ ପିନ୍ଧାଇବାର ନୀତି ଅନୁଷ୍ଠିତ ହେବ । ଭାଇ ଭଉଣୀଙ୍କ ପବିତ୍ର ସମ୍ପର୍କର ନିଦର୍ଶନ ସ୍ଵରୁପ ପାଟରା ବିଶୋୟୀଙ୍କ ଦ୍ୱାରା ପ୍ରସ୍ତୁତ ସ୍ୱତନ୍ତ୍ର ରାକ୍ଷୀ ଓ ଗୁଆମାଳକୁ ମହାପ୍ରଭୁଙ୍କୁ ସିଂହାରୀ ସେବକ ମାନେ ଲାଗି କରାଇବେ । ସେହିପରି  ପ୍ରଭୁ ସୁଦର୍ଶନ ଚାରି ଆଶ୍ରମକୁ ବିଜେ କରାଯାଇ ମାର୍କଣ୍ଡ ପୁଷ୍କରିଣୀ ଠାରେ ବଳଭଦ୍ରଙ୍କ ଜନ୍ମନୀତି ମଧ୍ୟ ଅନୁଷ୍ଠିତ ହେବ ।ସେଠାରେ ମାଟିର ବଳଭଦ୍ର ପ୍ରତିମା ନିର୍ମାଣ କରାଯିବା ପରେ ପୂଜାପଣ୍ଡା ସେବକ ଜୀବନ୍ୟାସ ଦେଇ ଜାତକର୍ମ କରାଇବେ ।  ପରେ ପଞ୍ଚଉପଚାର, ଶୀତଳ ମଣୋହୀ ଓ ବନ୍ଦାପନା କରାଯାଇ ବଳଭଦ୍ରଙ୍କ ମାଟି ପ୍ରତିମାକୁ ମାର୍କଣ୍ଡ ପୁଷ୍କରଣୀରେ ବିସର୍ଜନ କରାଯିବ । ଶେଷରେ ଏହି ସ୍ୱତନ୍ତ୍ର ନୀତି ଭୋଗମଣ୍ଡପ ପରେ ଦଇତାପତି ସେବାୟତମାନେ ସୁଦର୍ଶନଙ୍କୁ ଚଉଦଳରେ ବିଜେ କରାଇ ନୀତି ସମାପନ କରାଇବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking