ପୁରୀ : ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ। ଏହି ବିଶେଷ ନୀତି ପାଇଁ ଭକ୍ତମାନେ ସନ୍ଧ୍ୟା ୭ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ। ଠାକୁରଙ୍କ ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି ହେବ। ଦ୍ବୀତିୟ ଭୋଗ ମଣ୍ତପ ନୀତି ପରେ, ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ। ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ। ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ନୀତି ସମୟ ଧାର୍ଯ୍ୟ ହେବା ନେଇ ସୂଚନା ରହିଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।