32.1 C
Bhubaneswar
Wednesday, October 16, 2024
Homeଓଡିଶାଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ : ଆଜି ଆଶ୍ୱିନ ଶୁକ୍ଳ ଚତୁର୍ଦ୍ଦଶୀ ତିଥି । ଏହି ଅବସରରେ ଶ୍ରୀଜିଉଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ଶ୍ରୀମନ୍ଦିରରେ ପ୍ରାୟ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୯ ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି ।

ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ସେପଟେ ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଆରମ୍ଭ ହୋଇଛି । ଆଶ୍ୱିନ ମାସ ଶୁକ୍ଳପକ୍ଷ ଏକାଦଶୀ ଠାରୁ କାର୍ତ୍ତିକ ମାସ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଏହି ସ୍ୱତନ୍ତ୍ର ନୀତି ଚାଲିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking