ଭୁବନେଶ୍ୱର : ଆଜି ହେଉଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୧୦୬ତମ ଜନ୍ମ ଜୟନ୍ତୀ । ସାରା ରାଜ୍ୟରେ ନିରାଡମ୍ବରରେ ପାଳନ ହେଉଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୧୦୬ତମ ଜନ୍ମ ଜୟନ୍ତୀ । ପ୍ରତି ନିର୍ବାଚନ ମଣ୍ଡଳୀରେ ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀଙ୍କୁ ନିରାଡମ୍ବର ଭାବେ ପାଳନ କରାଯାଉଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁସାରେ ପ୍ରତି ନିର୍ବାଚନ ମଣ୍ଡଳୀରେ ସାଧାରଣ ସଭା ଆୟୋଜନ କରାଯାଇ ବିଜୁ ବାବୁଙ୍କ ନୀତି ଓ ଆଦର୍ଶରେ ପରିଚାଳିତ ବିଜେଡିର ସଫଳ ଯାତ୍ରା ସମ୍ପର୍କରେ ଆଲୋଚନା କରାଯାଉଛି ।ମୁଖ୍ୟମନ୍ତ୍ରୀ ଟ୍ୱିଟ୍ରେ ଲେଖିଛନ୍ତି ଯେ, ଲୋକଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ବିଜୁବାବୁ ଆଙ୍କିଥିଲେ ବିକାଶର ବିସ୍ତୃତ ନକ୍ସା। ତାଙ୍କର ପ୍ରତିଟି କାମ ଥିଲା ଓଡ଼ିଆ ଜାତିର ସ୍ୱାଭିମାନ ଓ ଗୌରବ ପାଇଁ। ତାଙ୍କ ନୀତିଆଦର୍ଶରେ ଅନୁପ୍ରାଣିତ ହୋଇ ଓଡ଼ିଶା ଏବେ ଅନେକ କ୍ଷେତ୍ରରେ ଅଗ୍ରଣୀ ହୋଇଛି। ସେହି ବିକାଶ ପୁରୁଷଙ୍କ ଜୟନ୍ତୀରେ ତାଙ୍କ ଅବଦାନକୁ ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଉଛି। ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜନ୍ମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛଡ଼୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ଆଜି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜନ୍ମ ଜୟନ୍ତି । ଏହି ଅବସରରେ ଟଲ୍ ମ୍ୟାନ୍ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ । ଟ୍ବିଟ୍ କରି ବିଜୁ ପଟ୍ଟନାୟକଙ୍କ ଜନ୍ମଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।