26.1 C
Bhubaneswar
Thursday, September 19, 2024
Homeଓଡିଶାଆଜି ପ୍ରଥମାଷ୍ଟମୀ : ଜ୍ୟେଷ୍ଠ ସନ୍ତାନଙ୍କ ପାଇଁ ଦିନଟିଏ

ଆଜି ପ୍ରଥମାଷ୍ଟମୀ : ଜ୍ୟେଷ୍ଠ ସନ୍ତାନଙ୍କ ପାଇଁ ଦିନଟିଏ

ଭୁବନେଶ୍ୱର: ପ୍ରଥମାଷ୍ଟମୀ ଅଥବା ପୋଢୁଆଁଷ୍ଟମୀ ମାର୍ଗଶୀର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥିରେ ପାଳନ କରାଯାଏ । ଭାରତୀୟ ସଂସ୍କୃତିରେ ଗୋଟିଏ କଥା ଅଛି – ଜ୍ୟେଷ୍ଠାୟ ନମଃ, ଶ୍ରେଷ୍ଠାୟ ନମଃ । ସେହି କ୍ରମରେ ଓଡ଼ିଆ ଘରେ ଜ୍ୟେଷ୍ଠ ସନ୍ତାନର ଦୀର୍ଘଜୀବନ କାମନା କରି ଷଷ୍ଠୀଦେବୀଙ୍କର ପୂଜା କରାଯାଏ। ଏହା ଓଡ଼ିଶାର ଏକ ପାରମ୍ପରିକ ପର୍ବ । ଏହା ସୌଭାଗିନୀ ଅଷ୍ଟମୀ, କାଳ ଭୈରବାଷ୍ଟମୀ ବା ପାପନାଶିନୀ ଅଷ୍ଟମୀ ଭାବେ ମଧ୍ୟେ ଜଣାଶୁଣା। ଅତୀତରେ, ମାର୍ଗଶୀର ମାସକୁ ବର୍ଷର ଆଦ୍ୟ ମାସ ବା ପ୍ରଥମ ମାସ ବୋଲି ଗଣନା କରାଯାଇ, ଏହି ମାସରୁ ବର୍ଷାରମ୍ଭ ହେଉଥିଲା । ତେଣୁ ବର୍ଷର ପ୍ରଥମ ମାସର ପ୍ରଥମ ଅଷ୍ଟମୀକୁ ପ୍ରଥମାଷ୍ଟମୀ ବୋଲି କୁହାଯାଏ।

ଓଡ଼ିଆ ପରମ୍ପରା ଅନୁଯାୟୀ, ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନକୁ ସ୍ନାନାନ୍ତେ ନୂତନ ବସ୍ତ୍ର ପିନ୍ଧାଇ ଦିଅଁଙ୍କ ଆଗରେ ପିଢ଼ା ଉପରେ ବସାଇ ଦୁଇ କାନରେ ଫୁଲ ଓ ମୁଣ୍ଡରେ ଚନ୍ଦନ ଲଗାଇ ଦୂବ, ବରକୋଳି ପତ୍ର ଓ ହଳଦୀମିଶା ଚାଉଳ ମିଶାଇ ସେଥିରେ ମା’ ମାନେ ତାଙ୍କୁ ବନ୍ଦାପନା କରନ୍ତି । ବନ୍ଦାପନା ପରେ ଜ୍ୟେଷ୍ଠ ସନ୍ତାନ, ଷଠୀ ଦେବୀଙ୍କୁ ମୁଣ୍ଡିଆ ମାରିବା ସହିତ ପିତାମାତା ଓ ଗୁରୁଜନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରନ୍ତି। ପରିବାରର ଜ୍ୟେଷ୍ଠ ପୁତ୍ର ବା ଜ୍ୟେଷ୍ଠା କନ୍ୟାର ନବ ବସ୍ତ୍ର ପରିଧାନ ଓ ବନ୍ଦାପନା ହେବାର ଏହି ବିଶେଷ ବିଧିକୁ ‘ପଢୁଆଁ ହେବା’ କହିଥାନ୍ତି । ‘ପଢୁଆଁ’ ଶବ୍ଦଟି ‘ପ୍ରଥମା’ର ଅପଭ୍ରଂଶ । ପରମ୍ପରା ଅନୁଯାୟୀ, ଏହି ଦିନ ଜ୍ୟେଷ୍ଠ ସନ୍ତାନ ପିନ୍ଧୁଥିବା ନୂତନ ବସ୍ତ୍ର ମାମୁଁଘରୁ ଆସିଥାଏ। ଏହିଦିନ ମାମୁଁମାନେ ନୂଆଲୁଗା, ମିଷ୍ଟାନ୍ନ ଓ ଅନ୍ୟାନ୍ୟ ସାମଗ୍ରୀ ସହ ଭଉଣୀ ଘରକୁ ଯାଇ ଭଣଜା ଭାଣିଜୀକୁ ପଢୁଆଁ କରନ୍ତି । ସେଥିପାଇଁ ମାମୁଁଙ୍କୁ ଶ୍ରଦ୍ଧା ଓ ପରିହାସରେ ‘ଅଷ୍ଟମୀ ବନ୍ଧୁ’ ବୋଲି କୁହାଯାଏ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking