30.1 C
Bhubaneswar
Monday, May 20, 2024
Homeଦେଶ ବିଦେଶଆଜି ରାଷ୍ଟ୍ରପତି ଭବନରେ ପଦ୍ମ ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଜି ରାଷ୍ଟ୍ରପତି ଭବନରେ ପଦ୍ମ ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ : ବିଭିନ୍ନ କ୍ଷେତ୍ରରେ ଖ୍ୟାତି ଅର୍ଜନ କରିଥିବା ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ଆଜି ଦିଲ୍ଲୀର ରାଷ୍ଟ୍ରିୟ ଭବନରେ ପଦ୍ମ ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦେଶର ସର୍ବୋଚ୍ଚ ନାଗରିକ ପୁରସ୍କାର ମଧ୍ୟରୁ ପଦ୍ମ ପୁରସ୍କାର ଅନ୍ୟତମ। ଏହା ୩ଟି ବର୍ଗରେ ପ୍ରଦାନ କରାଯାଇଆସୁଛି। ସେଗୁଡ଼ିକ ହେଲା ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଏବଂ ପଦ୍ମଶ୍ରୀ। କଳା, ସାମାଜିକ କାର୍ଯ୍ୟ, ବିଜ୍ଞାନ ଏବଂ ଯାନ୍ତ୍ରିକ, ବାଣିଜ୍ୟ ଏବଂ ଶିଳ୍ପ, ଔଷଧ, ସାହିତ୍ୟ, ଶିକ୍ଷା, କ୍ରୀଡ଼ା, ପ୍ରଶାସନିକ ସେବା ଆଦି କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଏ। ପ୍ରତିବର୍ଷ ସାଧାରଣତନ୍ତ୍ର ଦିବସ ଅବସରରେ ପୁରସ୍କାର ଘୋଷଣା କରାଯାଇଥାଏ। ଗତମାସରେ ରାଷ୍ଟ୍ରପତି ୩ଟି ପଦ୍ମ ବିଭୂଷଣ, ୮ଟି ପଦ୍ମଭୂଷଣ ଏବଂ ୫୫ଟି ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଥଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking