28.1 C
Bhubaneswar
Thursday, March 28, 2024
Homeଓଡିଶାଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ

ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ଣ କରିବେ ।‌ ଏହା ଏକ ସ୍ବତନ୍ତ୍ର ନୀତିକାନ୍ତି ହୋଇଥିବାରୁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୫ଟାରୁ ରାତ୍ର ୯ଟା ଯାଏଁ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିିଳିଛି । ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୁର, କଇଥ ଅଠା, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ବନକଲାଗି ନୀତିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡୁ, ପାଳିଆ ପୁଷ୍ପମାଳ, ଚାଙ୍ଗଡା ମେକାପ, ମୁଦୁଲି ଆଦି ସେବକଙ୍କ ଯୋଗଦାନ ରହିଥାଏ । ମଧ୍ୟାହ୍ନ ଧୂପ ପରେ ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ କରି ରତ୍ନବେଦୀରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏହା ଏକ ଗୁପ୍ତ ସେବା ଓ ସ୍ବତନ୍ତ୍ର ନୀତି ହୋଇଥିବାରୁ ନୀତି ସମୟରେ ଜୟବିଜୟ ଦ୍ବାର ବନ୍ଦ କରାଯାଇଥାଏ । ଏଣୁ ଭକ୍ତମାନେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନ କରିପାରନ୍ତି ନାହିଁ । ଶ୍ରୀମନ୍ଦିରରେ ଦ୍ବିତୀୟ ଭୋଗମଣ୍ଡପ ଉଠିଲା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ଏହି ସ୍ବତନ୍ତ୍ର ବନକଲାଗି ନୀତି ସମ୍ପନ୍ନ କରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking