32.1 C
Bhubaneswar
Saturday, March 28, 2026
Homeଓଡିଶାଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ

ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ

ପୁରୀ : ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ ପ୍ରସ୍ତାବ ଅନୁଷ୍ଠିତ ହେବ। ଭାଦ୍ରବ କୃଷ୍ଣ ପକ୍ଷ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ଏହି ବେଶ ଅନୁଷ୍ଠିତ ହୋଇଥଏ । ବୁଧବାର ଠାକୁରଙ୍କ ବଣଭୋଜି ବେଶ, କୋଳିବିକା, ବକାସୁର ଓ ଅର୍ଘ୍ୟଅସୁର ବଧ ନିତି ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ମହାପ୍ରଭୁ ବାଳଗୋପାଳ ଓ ବଡ଼ଠାକୁର ବଳରାମ ବେଶ ହୋଇଥିଲେ। କିନ୍ତୁ ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ବିଜେ କରାଇବା ପରେ ପୁଷ୍ପାଳକ ସେବକମାନେ ମହାପ୍ରଭୁଙ୍କୁ ଝୁଲଣ ମଣ୍ଡପ ନିକଟରେ ଥିବା ପାଲିଙ୍କିରେ ବିଜେ କରାଇବେ। ଏହାପରେ ଠାକୁର ମାନେ ଶ୍ରୀମନ୍ଦିର ବେଢା ପରିକ୍ରମା କରି ଲୋକନାଥ ରୋଡ୍ ସ୍ଥିତ ଲବଣୀଖିଆ ମଣ୍ଡପକୁ ବିଜେ କରିବେ।ସେଠାରେ ବନ୍ଦାପନା, ଶୀତଳ ଭୋଗ ଇତ୍ୟାଦି ନୀତି ସମାପନ ପରେ ମାର୍କଣ୍ଡ ପୁଷ୍କରିଣୀଠାରେ ମହାପ୍ରଭୁଙ୍କ କାଳୀୟଦଳନ ଲୀଳା ସମାପନ ହେବ। ଏହାପରେ ଶୀତଳ ଭୋଗ ଓ ବନ୍ଦାପନା ହୋଇ ମହାପ୍ରଭୁ ବାହୁଡା ବିଜେ କରିବା ପରେ ଜୟବିଜୟ ଦ୍ୱାର ଠାରେ ଏକାଦଶୀ ଭୋଗ ଓ ବନ୍ଦାପନା ନୀତି ସମାପନ ହେବା ପରେ ମହାପ୍ରଭୁ ଦକ୍ଷିଣୀ ଘରକୁ ବିଜେ କରିବେ। ଏହାପରେ ଅନ୍ୟାନ୍ୟ ନୀତି ସମ୍ପନ୍ନ ପରେ ରତ୍ନ ସିଂହାସନ ଉପରେ ବିରାଜିତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟଦଳନ ବେଶରେ ସଜ୍ଜିତ କରାଯିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking