30.3 C
Bhubaneswar
Friday, June 19, 2026
Homeଓଡିଶାଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବଳିବାମନ ବେଶ

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବଳିବାମନ ବେଶ

ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବଳିବାମନ ବେଶ । ଗତକାଲି ବାମନ ଜନ୍ମ ନୀତି ସମ୍ପର୍ଣ୍ଣ ହୋଇଥିଲା । ବାମନ ରୂପୀ ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ । ଶ୍ରୀବଳଭଦ୍ର ରାଜ ବେଶ ଧାରଣ କରିବାକୁ ଥିବା ବେଳେ ଦେବୀ ସୁଭଦ୍ରା ସାଧାରଣ ବେଶରେ ସଜିତ ହେବେ । ଶ୍ରୀମନ୍ଦିରରେ ଦ୍ବିପହର ଧୂପ ସରିବା ପରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ବାମନ ବେଶରେ ସଜ୍ଜିତ କରାଯିବ । ଏହି ବେଶ ବଡ଼ସିଂହାର ପୂଜା ପର୍ଯ୍ୟନ୍ତ ରହିବ । ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ସ୍ଵର୍ଣ୍ଣ ଅଳଙ୍କାର ବିଭୂଷିତ କରାଯିବ। ମହାପ୍ରଭୁ ବିଷ୍ଣୁ ପଞ୍ଚମ ଅବତାରରେ ବାମନ ରୂପ ନେଇ ବଳି ମହାରାଜଙ୍କୁ ପାତାଳରେ ଚାପି ଦେଇଥିଲେ। ତେଣୁ ସେହି ସ୍ମୃତିକୁ ବହନ କରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ ଶହ ଶହ ବର୍ଷ ଧରି ଅନୁଷ୍ଠିତ ହୋଇ ଆସୁଛି।।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking