17.1 C
Bhubaneswar
Friday, January 17, 2025
Homeଓଡିଶାଆଜି ସୁନା ବେଶରେ ଦର୍ଶନ ଦେବେ ମହାପ୍ରଭୁ, ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା

ଆଜି ସୁନା ବେଶରେ ଦର୍ଶନ ଦେବେ ମହାପ୍ରଭୁ, ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା

ପୁରୀ: ଶ୍ରୀକ୍ଷେତ୍ରର ମହୋଦଧି ସମେତ ପଞ୍ଚତୀର୍ଥ ପୁଷ୍କରିଣୀରେ ଡଙ୍ଗା ଭସାଇବା ସହ ବୁଡ଼ ପକାଇ ସୂର୍ଯ୍ୟୋଦୟ ଦର୍ଶନ ପାଇଁ ପ୍ରବଳ ଭକ୍ତଙ୍କ ସମାଗମ ହୋଇଛି। ଭିଡ଼କୁ ଦୃଷ୍ଟିରେ ରଖି ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସେପଟେ ଆଜିର ଏହି ପବିତ୍ର ଦିନରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ରାଜରାଜେଶ୍ୱର ବେଶ ବା ସୁନାବେଶ ଅନୁଷ୍ଠିତ ହେବ। ଏହି ବେଶ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ଜମିବା ଆଶଙ୍କା ଥିବାରୁ ଜିଲ୍ଲା, ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଗତକାଲି ରାତି ତମାମ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିବାର ସୁଯୋଗ ପାଇଥିବା ବେଳେ ଆଜିର ଏହି ଦୁର୍ଲଭ ବେଶ ଦର୍ଶନ କରିବା ପାଇଁ ବେଶ୍ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ୬୯ ପ୍ଲାଟୁନ ପୋଲିସ ଫୋର୍ସ ସହ ୨୦୦ ବରିଷ୍ଠ ଅଧିକାରୀ ମୁତୟନ ହୋଇଛନ୍ତି। ସେହିପରି ବାହାର କାଠରେ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ମୁତୟନ ହେବେ। ବେଳାଭୂମିରେ ମଧ୍ୟ ପୋଲିସ ସହ ଅଧିକ ଲାଇଫଗାର୍ଡ ମୁତୟନ ହେବେ। ମାର୍କେଟ ଛକରୁ କୌଣସି ଗାଡ଼ିକୁ ଭିତରକୁ ଛଡ଼ାଯିବ ନାହିଁ। ଭୁବନେଶ୍ୱର, କୋଣାର୍କ ଓ ବ୍ରହ୍ମଗିରି ରାସ୍ତାରେ ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ବ୍ୟବସ୍ଥା ହୋଇଥିବା ପୁରୀ ଏସପି ସୂଚନା ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking