37.1 C
Bhubaneswar
Sunday, May 5, 2024
Homeକରୋନାଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦,୦୦୦ ଉପରେ ୯୩ ହଜାର ଟପିଲା ସକ୍ରିୟ...

ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦,୦୦୦ ଉପରେ ୯୩ ହଜାର ଟପିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ ଗତ କିଛି ଦିନ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖାଯାଉଛି। ଗତକାଲି ଅପେକ୍ଷା ଆଜି ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ହୋଇଛି। ଗତ ୨୪ ଘଣ୍ଟାରେ ଆଉ ୧୦ ହଜାର ୯୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ସହ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୭ ହଜାର ୫୪୨କୁ ବୃଦ୍ଧି ପାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମିଳୁଥିବା ସୂଚନା ଅନୁଯାୟୀ, ଦିନକରେ ୧୯ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ ଦିଲ୍ଲୀରୁ ୫, ଛତିଶଗଡ ଓ ରାଜସ୍ଥାନରୁ ୩ ଜଣ ଲେଖାଏଁ, ମହାରାଷ୍ଟ୍ର ଓ କର୍ଣ୍ଣାଟକରୁ ୨ ଜଣ ଲେଖାଏଁ ଥିବା ବେଳେ ଏବଂ ହରିୟାଣା, ଓଡିଶା, ତାମିଲନାଡୁ ଓ ଉତ୍ତରାଖଣ୍ଡରେ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୩୧,୧୧୪ରେ ପହଞ୍ଚିଛି। ବର୍ତ୍ତମାନ ପର୍ୟ୍ୟନ୍ତ ଦେଶରେ ୪,୪୨,୨୯,୪୫୯ ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି। ଏପର୍ୟ୍ୟନ୍ତ ଦେଶରେ ୨୨୦,୬୬,୨୬,୩୨୪ ଡୋଜ କରୋନା ଟିକା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking