27.1 C
Bhubaneswar
Wednesday, November 27, 2024
Homeଦେଶ ବିଦେଶଆଜି ବାତ୍ୟାର ରୂପ ନେବ ' ପେଙ୍ଗାଲ '

ଆଜି ବାତ୍ୟାର ରୂପ ନେବ ‘ ପେଙ୍ଗାଲ ‘

ତାମିଲନାଡୁ: ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା ପଙ୍ଗୋଲ । ଗଭୀର ଅବପାତର ରୂପରେ ୬ ଘଣ୍ଟା ୮ କିଲୋମିଟର ବେଗରେ ଗତି କରୁଛି । ଆସନ୍ତା ଦୁଇ ଦିନ ଭିତରେ ଏହା ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳରେ ଲ୍ୟାଣ୍ଡଫଲ୍ କରିବା ନେଇ ସୂଚନା । ପାଣିପାଗ ବିଭାଗର ପୂର୍ବ ଆକଳନ ଅନୁସାରେ, ଦକ୍ଷିଣ ଦକ୍ଷିଣପୂର୍ବ ଚେନ୍ନାଇଠାରୁ ୭୨୦ କିଲୋମିଟର ଦୂରରେ ରହିଛି ବାତ୍ୟା । ଏହାକୁ ଦୃଷ୍ଟିରେ ରଖି ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳବାସୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ଏଥିସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ତାମିଲନାଡୁ ରେ ପ୍ରବଳ ବର୍ଷା ହେଉଥିବା ବେଳେ , ସମସ୍ତ ସ୍କୁଲ , କଲେଜ ଛୁଟି କରାଯାଇ ଥିବା ନେଇ ସୂଚନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking