26.8 C
Bhubaneswar
Monday, April 6, 2026
Homeଓଡିଶାଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ : ଆଜି ପବିତ୍ର ରେଖାପଞ୍ଚମୀ । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା। ଶ୍ରୀଜିଉଙ୍କ ଶ୍ରୀମୁଖ ସୁନ୍ଦର ଦେଖାଯିବା ପାଇଁ ରାହୁରେଖାକୁ ଚତୁଃର୍ଦ୍ଧାମୂର୍ତ୍ତିଙ୍କୁ ଲାଗି କରାଯିବ। ମହାପ୍ରଭୁଙ୍କର ଅନେକ ଗୁପ୍ତନୀତି ମଧ୍ୟରୁ ଏହା ଅନ୍ୟତମ ଗୁପ୍ତନୀତି ହୋଇଥିବାରୁ ଦଇତାପତି ସେବାୟତମାନେ ଗୋଷ୍ଠିଗତ ଭାବେ ଏହି ନୀତିକୁ ନିଷ୍ଠାର ସହ ସମ୍ପାଦନ କରିବେ।ପ୍ରଥମ ଭୋଗମଣ୍ଡପ ସରିବା ପରେ ରାହୁରେଖା ଲାଗି ନୀତି ଆରମ୍ଭ ହେବ । ଏହା ଏକ ଗୁପ୍ତନୀତି ହୋଇଥିବାରୁ ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁଯାଇ ଆଜି ଅପରାହ୍ନ ୨ଟା ରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking