🎪🛕ଆଜିର ଅନୁଚିନ୍ତା🛕🎪

➡️ଜୀବନରେ ଖରା, ବର୍ଷା, ଶୀତ ସହିବାକୁ ପଡିବ ।କାରଣ ଯେଉଁ ଗଛ ଛାଇ ତଳେ ରହିଯାଏ, ସେହି ଗଛ ଭଲରେ ବଢିପାରେ ନାହିଁ।

➡️ଯାହା ଘଟି ଯାଇଛି ତାକୁ ଭୁଲି ଯାଅ, ଯାହା ଘଟୁଛି ତାକୁ ଗ୍ରହଣ କର, ଯାହା ଘଟିବାର ଅଛି ତା ଉପରେ ଭରଷା ରଖ ।
କାରଣ ଭଗବାନ ଯାହା କରନ୍ତି ପ୍ରାଣୀର ମଙ୍ଗଳ ପାଇଁ ।

➡️ଜୀବନରେ ସଫଳତା ନାମକ ପୋଷାକ ପିନ୍ଧିବାକୁ ହେଲେ, ନିଜ ପାଖରେ ପରିଶ୍ରମ ନାମକ ଗୁଣ ରହିବା ନିତାନ୍ତ ଆବଶ୍ୟକ ।

➡️” ଗର୍ବ ” କୋଉ କଥାରେ କରିବ —, ଯୋଉଠି ମଲା ପରେ ନିଜର ଲୋକବି ଛୁଇଁଲେ ସ୍ନାନ କଲାପରେ ଗୃହ ପ୍ରବେଶ କରିବେ 

➡️ଜୀବନର ଆରମ୍ଭ ସେଇଠି ହୁଏ ଯେଉଁଠି ଭୟ ଶେଷ ହୁଏ ।

➡️I Miss You କହିବାକୁ ୩ ସେକେଣ୍ଡ୍ ଲାଗେ କିନ୍ତୁ miss କରିଥିବା ଲୋକ ହିଁ ଜାଣେ ସେହି ତିନୋଟି ଶବ୍ଦ କେତେ କଷ୍ଟ ଦିଏ ।

✧═════•❁❀❁•═════✧
ଅଦ୍ୟ ଡିସେମ୍ବର ୨୦ ତାରିଖ ୨୦୨୦ ମସିହା(ରବିବାର)
ଶକାବ୍ଦ -୧୯୪୨
ସମ୍ବତ -୨୦୭୭
ସାଲ-୧୪୨୮
ସମ୍ବତ୍ସର -ଆନନ୍ଦୋ
ମାର୍ଗଶୀର-ଶୁକ୍ଳପକ୍ଷ
ତିଥି-ଷଷ୍ଠୀ ଦିବା ଘ୦୨/୨୬ ପର୍ଯ୍ୟନ୍ତ ତଦନ୍ତେ ସପ୍ତମୀ ନକ୍ଷତ୍ର- ଶତଭିଶା ରାତ୍ରି ଘ୦୯/୨୧ ପର୍ଯ୍ୟନ୍ତ ତଦନ୍ତେ ପୂର୍ବଭ।ଦ୍ର
ଚନ୍ଦ୍ର-କୁମ୍ଭ ଯୋଗ-ବଜ୍ର
କରଣ -ତୈତିିଳ
ସୌରମାସ – ଧନୁ ୦୬ ଦିନ
✧═════•❁❀❁•═════✧
ସୁର୍ୟୋଦୟ -ପ୍ରାତଃ ଘ୦୬/୧୯/୫୩
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୯/୫୯
✧═════•❁❀❁•═════✧
ଯୋଗିନୀ ପଶ୍ଚିମେ ଦିବା ଘ୦୨/୨୬ ପର୍ଯ୍ୟନ୍ତ ତଦନ୍ତେ ବୟବ୍ୟେ
ମେଷ ରାଶିର ଘାତ ବାର
ମିଥୁନ ଓ ମୀନ ରାଶି ର ଘାତଚନ୍ଦ୍ର
ଷଷ୍ଠୀ ର ଏକୋଦିଷ୍ଟ ଶ୍ରାଦ୍ଧ
✧═════•❁❀❁•═════✧
କାଳବେଳା ଓ ବରବେଳା- ଘ୧୦/୨୧ ଗତେ ଘ୦୧/୦୪ ମଧ୍ୟେ

✧═════•❁❀❁•════*
ବିଶୁଦ୍ଧ ଅମୃତବେଳା- ଦିବା ଘଘ୦୭/୪୦ ଗତେ ଘ ୦୯/୦୧ମଧ୍ୟେ ଓ ରାତ୍ରି ଘ୦୮/୨୮ ଗତେ ଘ୧୧/୪୩ ମଧ୍ୟେ
ବିଶୁଦ୍ଧ ମହେନ୍ଦ୍ରବେଳା- ଦିବା ଘ୦୯/୦୧ଗତେ ଘ୧୦/୦୯ମଧ୍ୟେ ଓ ଘ ୦୧/୦୫ ଗତେ ଘ୦୨/୨୫ ମଧ୍ୟେ
✧═════•❁❀❁•═════✧
ଅଦ୍ୟ ନିମ୍ବ ଦିବା ଘ୦୨/୨୭ ଗତେ ତାଳ ଭକ୍ଷଣ ନିଷେଧ

🌼🌹꧁ ଆଜିର ରାଶିଫଳ꧂🌹🌼
✧═════•❁❀❁•═════✧
🌹ମେଷ🌹👉 : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।
✧═════•❁❀❁•═════✧
🌹ବୃଷ 🌹👉: ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।
✧═════•❁❀❁•═════✧
🌹ମିଥୁନ🌹👉 : ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।
✧═════•❁❀❁•═════✧
🌹କର୍କଟ🌹👉 : ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।
✧═════•❁❀❁•═════✧
🌹ସିଂହ 🌹👉: ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।
✧═════•❁❀❁•═════✧
🌹କନ୍ୟା 🌹👉: ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ।
✧═════•❁❀❁•═════✧
🌹ତୁଳା🌹👉: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।
✧═════•❁❀❁•═════✧
🌹ବିଛା🌹👉 : ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।
✧═════•❁❀❁•═════✧
🌹ଧନୁ 🌹👉: ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।
✧═════•❁❀❁•═════✧
🌹ମକର 🌹👉: ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।
✧═════•❁❀❁•═════✧
🌹କୁମ୍ଭ🌹👉 : ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।
✧═════•❁❀❁•═════✧
🌹ମୀନ🌹👉 : ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।

LEAVE A REPLY

Please enter your comment!
Please enter your name here