40.1 C
Bhubaneswar
Saturday, April 27, 2024
Homeଓଡିଶା☘️🙏🏻" ଆଜିର ନୀତିବାଣୀ "🙏🏻☘️🌹

☘️🙏🏻” ଆଜିର ନୀତିବାଣୀ “🙏🏻☘️🌹

➡️”ତେଲ ପାଣିରେ ମିଶେ ନାହିଁ । ଘିଅରୁ ଜଳ ବାହାରେ ନାହିଁ । ପାରା କାହା ସହ ମିଶେ ନାହିଁ । ବିପରୀତ ସ୍ୱଭାବ ବାଲା କେହି କାହାରି ସହ ମିଶିପାରନ୍ତି ନାହିଁ !!”

➡️”ସମୟକୁ, ଯୌବନକୁ ଅଟକାଇ ହୁଏ ନାହିଁ । ସମୟ କାହାକୁ ଅପେକ୍ଷା କରେନାହିଁ !!”

➡️”ମଦ ଓ ନାରୀ-ଏ ଦୁହିଁଙ୍କଠାରୁ ନିଜକୁ ବଂଚାଇ ରଖି ପାରିଲେ ହିଁ ମଙ୍ଗଳ !!”

➡️”ପାଂଚ ଆଙ୍ଗୁଳି, ପଚିଶ ପ୍ରକୃତି ସମାନ ନୁହେଁ !!”

➡️”ସୁଖ ସମୟରେ ଧନ ଓ ସ୍ତ୍ରୀଠାରୁ ନିଜକୁ ବଂଚାଇ ରଖିବା ଉଚିତ୍ !!”

➡️”ବିନା ନିମନ୍ତ୍ରଣରେ କାହା ଘରକୁ ଯିବା, ବିନା ପ୍ରଶ୍ନରେ କିଛି କହିବା ଠିକ୍ ନୁହେଁ !!”

ଅଦ୍ୟ ଏପ୍ରିଲ ମାସ ୧୩ ତାରିଖ ୨୦୨୧ ମସିହା(ମଙ୍ଗଳବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୭
ସମ୍ବତ୍ସର -ଆନନ୍ଦୋ
ଚୈତ୍ର ମାସ-କୃଷ୍ଣପକ୍ଷ
ତିଥି-ପ୍ରତିପଦ ଦିବା ଘ୧୦/୩୫ ପର୍ଯ୍ୟନ୍ତ ତଦନ୍ତେ ଦ୍ଵିତୀୟା
ନକ୍ଷତ୍ର- ଅଶ୍ଵିନୀ ଦିବା ଘ ୦୩/୧୮ ପର୍ଯ୍ୟନ୍ତ ତଦନ୍ତେ ଦ୍ଵିଜା
ଚନ୍ଦ୍ର- ମେଷ
ଯୋଗ-ବିଷ୍କୁମ୍ଭ
କରଣ-ବବ
ସୌରମାସ-ମୀନ ୩୧ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୩୫/୦୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୧/୨୧
✧═════•❁❀❁•═════✧
ଯୋଗିନୀ ପୂର୍ବେ ଦିବା ଘ୧୦/୩୫ ପର୍ଯ୍ୟନ୍ତ ତଦନ୍ତେ ଉତ୍ତରେ
ମେଷ ରାଶିର ଘାତଚନ୍ଦ୍ର
ମକର ରାଶିର ଘାତବାର
ଦ୍ଵିତୀୟା ର ପାର୍ବଣ ଶ୍ରାଦ୍ଧ
✧═════•❁❀❁•════**
କାଳବେଳା -ଦିବା ଘ ୦୧/୨୦ଗତେ ଘ୦୨/୫୩ ମଧ୍ୟେ
ବାରବେଳା- ଦିବା ଘ ୦୭/୦୬ଗତେ ଘ୦୮/୪୨ ମଧ୍ୟେ
✧═════•❁❀❁•════*
ବିଶୁଦ୍ଧ ଅମୃତବେଳା-ଦିବା ଘ୦୮/୪୫ ଗତେ ଘ୧୦/୧୫ ମଧ୍ୟେ ଓ ଘ୧୧/୪୮ ଗତେ ଘ୦୧/୧୯ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ରବେଳା- ଦିବା ଘ୧୦/୧୫ ଗତେ ଘ୧୧/୪୫ମଧ୍ୟେ ଓ ରାତ୍ରି ଘ୦୨/୫୫ଗତେ ଘ୦୪/୨୭ମଧ୍ୟେ
*✧═════•❁❀❁•════
ଅଦ୍ୟ ପାଣି କଖାରୁ ଦିବା ଘ୧୦/୩୫ ପର୍ଯ୍ୟନ୍ତ ତଦନ୍ତେ ବୋଇତି କଖାରୁ ଭକ୍ଷଣ ନିଷେଧ

🌼🌹꧁ ଆଜିର ରାଶିଫଳ꧂🌹🌼
✧═════•❁❀❁•═════✧
🌷ମେଷ🌷👉 : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ।
✧═════•❁❀❁•═════✧
🌷ବୃଷ🌷👉 : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା ମିଳିବ। ପାଚନତନ୍ତ୍ରର ସମସ୍ୟାରେ ସ୍ୱାସ୍ଥ୍ୟ ଖରାପ ହେବାର ଆଶଂକା ଅଛି।
✧═════•❁❀❁•═════✧
🌷ମିଥୁନ🌷👉 :ସମସ୍ତ କାର୍ଯ୍ୟରେ ଆପଣ ଦ୍ୱନ୍ଦ୍ୱ ଅନୁଭବ କରିବେ। ମାତା ଏବଂ ମହିଳାମାନଙ୍କ ମାମଲାରେ ଅଧିକ ସମ୍ବେଦନଶୀଳ ହେବେ। ବିଚାରର ଭରମାରରେ ମାନସିକ ଆଳସ୍ୟ ଅନୁଭବ କରିବେ। ଅନିଦ୍ରା କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ। ପାଣି କିମ୍ବା ଅନ୍ୟ ତରଳ ପଦାର୍ଥ ଭୟାନକ ପ୍ରମାଣିତ ହୋଇପାରନ୍ତି।
✧═════•❁❀❁•═════✧
🌷କର୍କଟ🌷👉 : କାର୍ଯ୍ୟସଫଳ ପାଇଁ ଆଜିର ଦିନ ଭଲ ରହିବ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ସହିତ ସାକ୍ଷାତକରି ଆପଣ ଖୁସି ରହିବେ। ଲଘୁ ଯାତ୍ରାର ଯୋଗ ଅଛି। ଭାଇ-ବନ୍ଧୁମାନଙ୍କସହ ମିଳାମିଶା ରହିବ। ଆର୍ଥିକ ଲାଭ ତଥା ସମାଜରେ ଆଦର ସମ୍ମାନ ମିଳିବ। ବିରୋଧିମାନଙ୍କୁ ପରାଜିତ କରି ପାରିବେ।
✧═════•❁❀❁•═════✧
🌷ସିଂହ🌷👉 : ଦୂରରେ ବାସ କରୁଥିବା ସ୍ନେହୀଜନ ତଥା ମିତ୍ରମାନଙ୍କ ସହିତ ସନ୍ଦେଶ ବ୍ୟବହାରରେ ଆପଣଙ୍କୁ ଲାଭ ହେବ। ପରିବାରରେ ସୁଖ-ଶାନ୍ତି ରହିବ। ଉତ୍ତମ ଭୋଜନର ପ୍ରାପ୍ତି ହେବ। ନିର୍ଦ୍ଧାରିତ କାମରେ ସଫଳତା ମିଳିବ। ମହିଳା ମିତ୍ର ଆପଣଙ୍କୁ ସହାୟକ ପ୍ରମାଣିତ ହେବେ।
✧═════•❁❀❁•═════✧
🌷କନ୍ୟା🌷👉 : ଆଜି ଆପଣ ସୌହାର୍ଦପୂର୍ଣ୍ଣ ସମ୍ବନ୍ଧ ବିକସିତ କରି ନିଜର କାମ କାଢ଼ି ପାରିବେ। ବ୍ୟବସାୟ ଦୃଷ୍ଟିରେ ଆଜିର ଦିନ ଲାଭଦାୟକ ପ୍ରମାଣିତ ହେବ। ଆପଣଙ୍କ ସ୍ଵାସ୍ଥ୍ୟ ଭଲ ରହିବ ଏବଂ ମନ ମଧ୍ୟ ସୁସ୍ଥ ରହିବ। ପରିଜନମାନଙ୍କ ସହିତ ସାକ୍ଷାତକରି ଏବଂ ସୁଖ-ଆନନ୍ଦ ପ୍ରାପ୍ତି ହେବ। ଧନ ଲାଭ ତଥା ପର୍ଯ୍ୟଟନର ଯୋଗ ଅଛି।
✧═════•❁❀❁•═════✧
🌷ତୁଳା🌷👉 : ଆଜି ଆପଣ ଅନ୍ୟ ବ୍ୟକ୍ତି କିମ୍ବା କୁଟୁମ୍ବଜନମାନଙ୍କ ସହିତ ଉଗ୍ର ବାର୍ତ୍ତାବିନିମୟ ହେବାର ସଂଭାବନା ଅଛି। ପରୋପକାର ବଦଳରେ ଉପକାର ମିଳିପାରେ। ଆୟ ଅପେକ୍ଷା ଖର୍ଚ୍ଚର ମାତ୍ରା ବଢ଼ିବ। ଦ୍ୱନ୍ଦ୍ୱ ଏବଂ ସମସ୍ୟା ମନର ଶାନ୍ତି ଭଙ୍ଗ କରିବ। ଆଧ୍ୟାତ୍ମିକ ବଚନ କିମ୍ବା ଈଶ୍ଵରଙ୍କର ନାମ ସ୍ମରଣ ଶାନ୍ତି ଦେବ।
✧═════•❁❀❁•═════✧
🌷ବିଚ୍ଛା🌷👉 : ଆଜି ଆପଣଙ୍କ ଗୃହସ୍ଥଜୀବନରେ ସୁଖ ଏବଂ ସନ୍ତୋଷର ଅନୁଭୂତି ମିଳିବ। ପତ୍ନୀ ତଥା ପୁତ୍ରଙ୍କ ତରଫରୁ ଶୁଭ ସମାଚାର ମିଳିବ। ମାଙ୍ଗଳିକ କାର୍ଯ୍ୟ ହେବ। ବିବାହ ପାଇଁ ସଂଯୋଗ ବନିବ। ଚାକିରି ଧନ୍ଦାରେ ଭଲ ଅବସର ଆସିବ। ଆୟରେ ବୃଦ୍ଧି ହେବ। ମହିଳା ମିତ୍ରମାନଙ୍କଠାରୁ ଲାଭ ହେବାର ଯୋଗ ଅଛି।
✧═════•❁❀❁•═════✧
🌷ଧନୁ🌷👉: ଆଜି ଆପଣଙ୍କ କାର୍ଯ୍ୟ ସଫଳତା ପୂର୍ବକ ସଂପନ୍ନ ହେବ। ପରୋପକାର ଭାବନା ଆଜି ବଲବତ୍ତର ରହିବ। ଆମୋଦ- ପ୍ରମୋଦ ସହିତ ଆପଣଙ୍କ ଦିନ କଟିବ। ଚାକିରି-ବ୍ୟବସାୟରେ ମାନ-ସମ୍ମାନ ପ୍ରାପ୍ତି ହେବ। ଗୃହସ୍ଥଜୀବନରେ ଆନନ୍ଦ ବ୍ୟାପ୍ତି ରହିବ।
✧═════•❁❀❁•═════✧
🌷ମକର🌷👉 : ଆପଣଙ୍କ ଆଜିର ଦିନ ମିଶ୍ର ଫଳଦାୟକ ପ୍ରମାଣିତ ହେବ। ବୌଦ୍ଧିକ କାର୍ଯ୍ୟଗୁଡ଼ିକରେ ଏବଂ ବ୍ୟବସାୟରେ ନୂଆ ବିଚାରଧାରା ଉଦ୍ରେକ ହେବ। ତଥାପି ମଧ୍ୟ ମନର କୌଣସି କୋଣରେ ଆପଣ ଅସୁସ୍ଥତା ଅନୁଭବ ହୋଇପାରେ।ସନ୍ତାନମାନଙ୍କ ସମସ୍ୟା ବିଷୟରେ ଚିନ୍ତା ସୃଷ୍ଟି ହୋଇପାରେ।
✧═════•❁❀❁•═════✧
🌷କୁମ୍ଭ🌷👉 : ନକାରାତ୍ମକ ବିଚାରରେ ମନରେ ହତାସା ସୃଷ୍ଟି ହୋଇପାରେ। ଏହି ସମୟ ମାନସିକ ଉଦ୍ଵେଗ ଏବଂ କ୍ରୋଧର ଭାବନା ଅନୁଭବ କରିପାରନ୍ତି। ବାଣୀ ଉପରେ ନିୟନ୍ତ୍ରଣ ନ ରହିବା କାରଣରୁ ପରିବାରରେ ମନମାଳିନ୍ୟ ଏବଂ ଝଗଡ଼ା ହେବାର ଆଶଂକା ଅଛି। ସ୍ଵାସ୍ଥ୍ୟ ଖରାପ ହୋଇପାରେ ।
✧═════•❁❀❁•═════✧
*🌷ମୀନ🌷👉 : ଆଜିର ଦିନ ସୁଖ-ଶାନ୍ତିରେ କଟିବ। ବ୍ୟାପାରିମାନଙ୍କ ଉତ୍ତମ ସମୟ ଅଟେ। ପତି-ପତ୍ନୀଙ୍କର ମଧ୍ୟରେ ଦାମ୍ପତ୍ୟ

ନିକଟତା ଅନୁଭବ ହେବ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ସହିତ ମିଳନ ତଥା ସାକ୍ଷାତ ସାର୍ବଜନିକ ଜୀବନରେ ପ୍ରସିଦ୍ଧି ମିଳିବ। ଉତ୍ତମ ବୈବାହିକ ସୁଖ ପ୍ରାପ୍ତି ହେବ।*

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking