ଭୁବନେଶ୍ୱର: ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ । ଅପରାହ୍ନ ୪ଟାରେ ପ୍ରକାଶ ପାଇବା ନେଇ ସିଏଚଏସଇର ସୂଚନା । ଏକ ସଙ୍ଗେ କଳା, ବାଣିଜ୍ୟ, ବିଜ୍ଞାନ ରେଜଲ୍ଟ ପ୍ରକାଶ ପାଇବ । ଦିନେ ଦୁଇ ଦିନ ଭିତରେ +୨ ପରୀକ୍ଷା ଫଳ ଆସିବ । ଏନେଇ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଥିଲେ । ସୂଚନା ଥାଉକି , ରାଜ୍ୟରେ ଚଳିତ ବର୍ଷ ମୋଟ ମୋଟ ୩ ଲକ୍ଷ ୯୩ ହଜାର ୬୧୮ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ ।
ଯୁକ୍ତ ୩ ନାମଲେଖା ଆବେଦନ ଅବଧି ବୃଦ୍ଧି କଲେ ରାଜ୍ୟ ସରକାର । ଜୁନ ୧ ତାରିଖ ପର୍ଯ୍ୟନ୍ତ ବୃଦ୍ଦି କଲେ ରାଜ୍ୟ ସରକାର । ଆଜି ଶେଷ ହେଉଥିବା ଅବଧି ଜୁନ ୧ ପର୍ଯ୍ୟନ୍ତ ବଢିଲା । +୩ ପାଇଁ ନାମଲେଖା ଆବେଦନ ଅବଧି ବଢିଇବା ନେଇ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂଯ୍ୟବଂଶୀ ସୂରଜଙ୍କ ସହ କଥା ହୋଇଥିଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଆବେଦନ ସମୟ ସୀମା ବୃଦ୍ଧି କରିବାକୁ ଆଲୋଚନା କରିଥିଲେ । ସମୟସୀମା ବୃଦ୍ଧି କରିବାକୁ ଉଚ୍ଚଶିକ୍ଷା ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ ।