28.1 C
Bhubaneswar
Thursday, March 28, 2024
Homeବ୍ରେକୀଙ୍ଗମନ୍ତ୍ରୀ ଜ୍ୟୋତି ପାଣିଗ୍ରାହୀ କରୋନା ଆକ୍ରାନ୍ତ

ମନ୍ତ୍ରୀ ଜ୍ୟୋତି ପାଣିଗ୍ରାହୀ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନା ଆକ୍ରାନ୍ତ ହୋଇଛନ୍ତି । କରୋନା ସଂକ୍ରମିତ ହୋଇଥିବା ନେଇ ଟ୍ୱିଟ ଜରିଆରେ ସୂଚନା ଦେଇଛନ୍ତି । ତେବେ ତାଙ୍କ ସଂପ୍ପର୍ଶରେ ଆସିଥିବା ଲୋକଙ୍କୁ ସେ ଆଇସୋଲେସନରେ ରହିବାକୁ ପରାମର୍ଶ ଦେଇଛନ୍ତି ।
ତେବେ ଏଠାରେ ସୂଚନାଯୋଗ୍ୟ, ରାଜ୍ୟରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୮୬୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୨୭୮ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୫୮୩ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୨୭,୮୯୨ କୁ ବୃଦ୍ଧି ପାଇଛି । ୯୬, ୩୬୪ ଜଣ ସୁସ୍ଥ ହୋଇସାରିଥିବା ବେଳେ ୩୦,୯୧୯ ଜଣ ଚିକିତ୍ସିତ ଅବସ୍ଥାରେ ରହିଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୨୦ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୫ଜଣ, ବରଗଡ଼ ଜିଲ୍ଲାରୁ ୧୭୬ଜଣ, ଭଦ୍ରକ ଜିଲ୍ଲାରୁ ୭୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୫ଜଣ, ବୌଦ୍ଧ ଜିଲ୍ଲାରୁ ୨୨ଜଣ, କଟକ ଜିଲ୍ଲାରୁ ୩୮୬ଜଣ, ଦେଓଗଡ଼ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୪ଜଣ, ଗଜପତି ଜିଲ୍ଲାରୁ ୧୪ଜଣ, ଗଞ୍ଜାମ ଜିଲ୍ଲାରୁ ୯୧ଜଣ, ଜଗତସିଂହପୁର ଜିଲ୍ଲାରୁ ୮୬ଜଣ, ଯାଜପୁର ଜିଲ୍ଲାରୁ ୨୮୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୯୯ଜଣ, କଳାହାଣ୍ଡି ଜିଲ୍ଲାରୁ ୨୮ଜଣ, କନ୍ଧମାଳ ଜିଲ୍ଲାରୁ ୨୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮୩ଜଣ, କେନ୍ଦୁଝର ଜିଲ୍ଲାରୁ ୬୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୬୭ଜଣ, କୋରାପୁଟ ଜିଲ୍ଲାରୁ ୮୬ଜଣ, ମାଲକାନଗିରି ଜିଲ୍ଲାରୁ ୩୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୪ଜଣ, ନୟାଗଡ଼ ଜିଲ୍ଲାରୁ ୫୭ଜଣ, ନୂଆପଡ଼ା ଜିଲ୍ଲାରୁ ୪୮ଜଣ, ପୁରୀ ଜିଲ୍ଲାରୁ ୨୦୦ଜଣ, ରାୟଗଡ଼ା ଜିଲ୍ଲାରୁ ୧୫୩ଜଣ, ସମ୍ବଲପୁର ଜିଲ୍ଲାରୁ ୭୭ଜଣ, ସୋନପୁର ଜିଲ୍ଲାରୁ ୧୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୬ଜଣ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୧୪୦ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୮୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୯୧୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୩୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking