21.1 C
Bhubaneswar
Saturday, February 7, 2026
Homeଦେଶ ବିଦେଶ କାଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ

 କାଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ

ନୂଆଦିଲ୍ଲୀ: ପହଲାଗାମ ହମଲା ପରେ ଚାରିଆଡେ କୋକୁଆ ଭୟ ଖେଳିଯାଇଛି ।  ଜମ୍ମୁ – କାଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ । ଶ୍ରୀନଗର ଏୟାରପୋର୍ଟରେ  ପର୍ଯ୍ୟଟକଙ୍କ ପ୍ରବଳ ଭିଡ ଦେଖାଦେଇଛି । ଏୟାର ଇଣ୍ଡିଆର ୨ଟି  ସ୍ୱତନ୍ତ୍ର ବିମାନ ବ୍ୟବସ୍ଥା କରାଯାଇଛି । ସେଥିରେ ଶ୍ରୀ ନଗରର ମୁମ୍ବାଇ ଓ ଦିଲ୍ଲୀ ଫେରିବେ ପର୍ଯ୍ୟଟକ ।  ସୂଚନା ଥାଉକି, ଆସନ୍ତାକାଲି ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲ୍ଲାର ପହଲଗାମ୍ ଅଞ୍ଚଳରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରେ ଆକ୍ରମଣ କରିଥିଲେ । ଶ୍ରୀନଗର ମୁଖ୍ୟାଳୟଠାରୁ ପ୍ରାୟ ୮୫ କିଲୋମିଟର ଦୂର ପହଲଗାମର ବୈଶରଣ ଜଙ୍ଗଲ ଅଞ୍ଚଳରେ ଏହି ଆକ୍ରମଣ ହୋଇଥିଲା। ଏହି ଆକ୍ରମଣରେ କିଛି ପର୍ଯ୍ୟଟକଙ୍କ ମୃତ୍ୟୁ ହେବା ସହ କିଛି ଲୋକ ଆହତ ହୋଇଥିଲେ । ଯଦିଓ ଆହତ ଓ ମୃତ ପର୍ଯ୍ୟଟକଙ୍କ ପ୍ରକୃତ ସଂଖ୍ୟା ଏର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ତେବେ ମୃତ୍ୟୁ ସଂଖ୍ୟା ୨୬ ଅତିକ୍ରମ କରିଥିବା ଘରୋଇ ସମ୍ବାଦ ସରବରାହ ସଂସ୍ଥାଗୁଡ଼ିକ ପକ୍ଷରୁ କୁହାଯାଉଛି। ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ କ୍ଷୋଭ ପ୍ରକାଶ କରି ସ୍ବରାଷ୍ଟ୍ର ମନ୍ତ୍ରୀ କହିଛନ୍ତି ଯେ ଏହି ଘୃଣ୍ୟ ଆତଙ୍କୀ କାର୍ଯ୍ୟରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଛଡ଼ାଯିବ ନାହିଁ। ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ମଧ୍ୟ ଏହି ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking