37.1 C
Bhubaneswar
Saturday, April 4, 2026
Homeଓଡିଶାବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ମୃତ

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ମୃତ

ଭଦ୍ରକ: ଭଦ୍ରକ ଜିଲ୍ଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରୀପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଫଳରେ ୨ ଜଣଙ୍କ ଜୀବନ ଚାଲିଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ୨ ଜଣ ବାଇକରେ ଭଦ୍ରକରୁ ଘରକୁ ଫେରୁଥିବା ବେଳେ ଏକ ଟ୍ରାକ୍ଟର ଧକ୍କା ଦେଇଥିଲା । ଦୁର୍ଘଟଣା ପରେ ସମସ୍ତଙ୍କୁ ଧାମନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ଭଦ୍ରକ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା । ତେବେ ଡାକ୍ତର ସେଠାରେ ସେକ ଅର୍ମାନ ଓ ସେକ ଆଜମେରଙ୍କୁ ମୃତ ଘୋଷଣା କରିଥିଲେ । ଅନ୍ୟ ଜଣେ ଗୁରୁତର ଥିବା ସେକ ସାବିରଙ୍କୁ ସଙ୍କଟାପନ୍ନ ଅବସ୍ଥାରେ କଟକ ଓ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଟ୍ରାକ୍ଟର ଡ୍ରାଇଭର ଫେରାର ଅଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking