28.1 C
Bhubaneswar
Tuesday, February 3, 2026
Homeଓଡିଶାପାର୍ବଣ ପାଇଁ ଟ୍ୱିନ ସିଟିରେ ଲାଗୁ ହେବ ଟ୍ରାଫିକ କଟକଣା

ପାର୍ବଣ ପାଇଁ ଟ୍ୱିନ ସିଟିରେ ଲାଗୁ ହେବ ଟ୍ରାଫିକ କଟକଣା

ଭୁବନେଶ୍ୱର : ପାର୍ବଣ ପାଇଁ ଟ୍ୱିନ ସିଟିରେ ଲାଗୁ ହେବ ଟ୍ରାଫିକ କଟକଣା। ଆସନ୍ତା କାଲିଠୁ ୧୩ ତାରିଖ ଯାଏଁ କଟକ ଏବଂ ଭୁବନେଶ୍ୱରରେ ଟ୍ରାଫିକ କଟକଣା ଲାଗୁ ହେବ । ଏନେଇ ବିଜ୍ଞପ୍ତି ଜାରି କରିଛି କମିଶନରେଟ୍ ପୁଲିସ। କଟକରେ ଅପରାହ୍ନ ୪ରୁ ରାତି ୧ ପର୍ଯ୍ୟନ୍ତ କଟକଣା ଲାଗୁ ହେବ। ସେହିପରି ଭୁବନେଶ୍ୱରରେ ଅପରାହ୍ନ ୪ରୁ ରାତି ୨ଟା ପର୍ଯ୍ୟନ୍ତ କଟକଣା ରହିବ। ଭୁବନେଶ୍ୱରରେ ବାଣୀବିହାରରୁ ଶିଶୁଭବନ ଛକ, ରସୁଲଗଡରୁ ଲିଙ୍ଗିପୁର ଛକ, ବରମୁଣ୍ଡାରୁ ପଳାଶୁଣୀ ଯାଏ ଉଭୟ ପାର୍ଶ୍ୱର ସର୍ଭିସ ରୋଡ୍, ଆଚାର୍ଯ୍ୟ ବିହାରୁ -ଏୟାରପୋର୍ଟ ଛକ, ଆଚାର୍ଯ୍ୟ ବିହାରରୁ କଳିଙ୍ଗ ହସ୍ପିଟାଲ ଛକ, ଜୟଦେବ ବିହାରର ରାଜଭବନ ଏବଂ ନନ୍ଦନକାନ ଛକ ଭଳି ପ୍ରମୁଖ ରାସ୍ତାରେ ଭାରିଯାନ ଚଳାଚଳ ସଂପୂର୍ଣ୍ଣ ବନ୍ଦ ରହିବ । କଟକରେ ବି ବିଭିନ୍ ରାସ୍ତା ପାଇଁ ଜାରି ହେଇଛି କଟକଣା । ମଙ୍ଗଳାବାଗ ଛକ, ଦୋଳମୁଣ୍ଡାଇ, ମାଲଗୋଦାମ ଫାଣ୍ଡି, ଛତ୍ରବଜାର ଅଞ୍ଚଳର ରାସ୍ତା ଓ ତତସଂଲଗ୍ନ ରାସ୍ତାରେ କଟକଣା ଜାରି ହୋଇଛି। ସେହିପରି କଟକରେ ଭସାଣି ପାଇଁ ୧୪ ତାରିଖ ସକାଳ ୭ରୁ ୧୫ ତାରିଖ ଭସାଣି ଶେଷ ଯାଏଁ ଲାଗୁ ହେବ ଟ୍ରାଫିକ କଟକଣା। ସର୍ବସାଧାରଣଙ୍କ ପାଇଁ ବିଜ୍ଞପ୍ତି ଜାରି କରିଛି କମିଶନରେଟ୍ ପୁଲିସ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking