32.1 C
Bhubaneswar
Wednesday, October 16, 2024
Homeଓଡିଶାପାର୍ବଣ ପାଇଁ ଟ୍ୱିନ ସିଟିରେ ଲାଗୁ ହେବ ଟ୍ରାଫିକ କଟକଣା

ପାର୍ବଣ ପାଇଁ ଟ୍ୱିନ ସିଟିରେ ଲାଗୁ ହେବ ଟ୍ରାଫିକ କଟକଣା

ଭୁବନେଶ୍ୱର : ପାର୍ବଣ ପାଇଁ ଟ୍ୱିନ ସିଟିରେ ଲାଗୁ ହେବ ଟ୍ରାଫିକ କଟକଣା। ଆସନ୍ତା କାଲିଠୁ ୧୩ ତାରିଖ ଯାଏଁ କଟକ ଏବଂ ଭୁବନେଶ୍ୱରରେ ଟ୍ରାଫିକ କଟକଣା ଲାଗୁ ହେବ । ଏନେଇ ବିଜ୍ଞପ୍ତି ଜାରି କରିଛି କମିଶନରେଟ୍ ପୁଲିସ। କଟକରେ ଅପରାହ୍ନ ୪ରୁ ରାତି ୧ ପର୍ଯ୍ୟନ୍ତ କଟକଣା ଲାଗୁ ହେବ। ସେହିପରି ଭୁବନେଶ୍ୱରରେ ଅପରାହ୍ନ ୪ରୁ ରାତି ୨ଟା ପର୍ଯ୍ୟନ୍ତ କଟକଣା ରହିବ। ଭୁବନେଶ୍ୱରରେ ବାଣୀବିହାରରୁ ଶିଶୁଭବନ ଛକ, ରସୁଲଗଡରୁ ଲିଙ୍ଗିପୁର ଛକ, ବରମୁଣ୍ଡାରୁ ପଳାଶୁଣୀ ଯାଏ ଉଭୟ ପାର୍ଶ୍ୱର ସର୍ଭିସ ରୋଡ୍, ଆଚାର୍ଯ୍ୟ ବିହାରୁ -ଏୟାରପୋର୍ଟ ଛକ, ଆଚାର୍ଯ୍ୟ ବିହାରରୁ କଳିଙ୍ଗ ହସ୍ପିଟାଲ ଛକ, ଜୟଦେବ ବିହାରର ରାଜଭବନ ଏବଂ ନନ୍ଦନକାନ ଛକ ଭଳି ପ୍ରମୁଖ ରାସ୍ତାରେ ଭାରିଯାନ ଚଳାଚଳ ସଂପୂର୍ଣ୍ଣ ବନ୍ଦ ରହିବ । କଟକରେ ବି ବିଭିନ୍ ରାସ୍ତା ପାଇଁ ଜାରି ହେଇଛି କଟକଣା । ମଙ୍ଗଳାବାଗ ଛକ, ଦୋଳମୁଣ୍ଡାଇ, ମାଲଗୋଦାମ ଫାଣ୍ଡି, ଛତ୍ରବଜାର ଅଞ୍ଚଳର ରାସ୍ତା ଓ ତତସଂଲଗ୍ନ ରାସ୍ତାରେ କଟକଣା ଜାରି ହୋଇଛି। ସେହିପରି କଟକରେ ଭସାଣି ପାଇଁ ୧୪ ତାରିଖ ସକାଳ ୭ରୁ ୧୫ ତାରିଖ ଭସାଣି ଶେଷ ଯାଏଁ ଲାଗୁ ହେବ ଟ୍ରାଫିକ କଟକଣା। ସର୍ବସାଧାରଣଙ୍କ ପାଇଁ ବିଜ୍ଞପ୍ତି ଜାରି କରିଛି କମିଶନରେଟ୍ ପୁଲିସ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking