26.1 C
Bhubaneswar
Saturday, July 4, 2026
Homeଓଡିଶାବାଲିଗୁଡ଼ାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ୩ ମୃତ

ବାଲିଗୁଡ଼ାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ୩ ମୃତ

କନ୍ଧମାଳ: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡ଼ି ଧକ୍କାରେ ତିନି ଜଣଙ୍କର ଜୀବନ ଯାଇଥିବା ସୂଚନା ମିଳିଛି। ମହାସିଂ ନିକଟସ୍ଥ ଗେଗୁର ପଦର ପାଖରେ ଏହି ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁଯାୟୀ, ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ୨ ଜଣଙ୍କର ମୃତ୍ୟୁ ହୋଇଥିଲା।ଖବର ପାଇ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଅନ୍ୟ ଜଣେ ଗୁରୁତର ବ୍ୟକ୍ତିଙ୍କୁ ବାଲିଗୁଡ଼ା ଉପଖଣ୍ଡ ଡାକ୍ତରଖାନାକୁ ଅଣାଯାଇଥିଲା, ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରି ନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଅଜଣା ଗାଡ଼ିର ସନ୍ଧାନ କରିବା ସହ ତଦନ୍ତ ଜାରି ରଖିଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପୁଲିସ ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ସେମାନଙ୍କ ପରିଚୟ ଖୋଜିବାକୁ ଚେଷ୍ଟା କରୁଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking