ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ପଲିଭିତ- ବସ୍ତି ୭୩୦ ନମ୍ବର ଜାତୀୟ ରାଜପଥର ସିସାଇଆ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଏକ ଦ୍ରୁତଗାମୀ ଟ୍ରକ ଏବଂ ଯାତ୍ରୀ ଭର୍ତ୍ତି ଟାଟା ମ୍ୟାଜିକ ଭ୍ୟାନ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ମ୍ୟାଜିକ ଭ୍ୟାନଟି ସମ୍ପୁର୍ଣ୍ଣ ନଷ୍ଟ ହୋଇଯାଇଛି । ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ପ୍ରାଥମିକ ଚିକିତ୍ସା ପରେ ଆହତଙ୍କୁ ଜିଲ୍ଲା ହସ୍ପିଟାଲକୁ ପଠାଯାଇଛି ।










