27.1 C
Bhubaneswar
Wednesday, June 26, 2024
Homeଦେଶ ବିଦେଶଟ୍ରେନ ଦୁର୍ଘଟଣା : ମୃତକଙ୍କୁ ୧୦ ଲକ୍ଷ

ଟ୍ରେନ ଦୁର୍ଘଟଣା : ମୃତକଙ୍କୁ ୧୦ ଲକ୍ଷ

ନୂଆଦିଲ୍ଲୀ : ପଶ୍ଚିମବଙ୍ଗ ଦାର୍ଜିଲିଂ ଟ୍ରେନ ଦୁର୍ଘଟଣାରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଏହି ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ୨ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଥିବାବେଳେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ  ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି । ସେହିପରି ପ୍ରଧାନମନ୍ତ୍ରୀ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଥିବାବେଳେ ରେଳମନ୍ତ୍ରୀ ଗୁରୁତରଙ୍କୁ ଅଢେ଼ଇ ଲକ୍ଷ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ।  ତେବେ ରେଲୱେ ବୋର୍ଡ ଅଧ୍ୟକ୍ଷ ତଥା ସିଇଓ ଜୟାବର୍ମା ସିହ୍ନା କହିଛନ୍ତି ଯେ ପ୍ରାଥମିକ ଅନୁସନ୍ଧାନରୁ ମାନବୀୟ ତ୍ରୁଟିରୁ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ସିଗନାଲ ମାନିନଥିବାରୁ ଟ୍ରେନ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ତେବେ ଉଦ୍ଧାର କାର୍ଯ୍ୟ ସରିଛି । ଦୁର୍ଘଟଣା ମୋଟ ୮ ଜଣଙ୍କ ମୃତୁ୍ୟ ହୋଇଥିବା ୨୫ ଜଣ ଆହତ ହୋଇଥିବା ରେଲୱେ ବୋର୍ଡ ଅଧ୍ୟକ୍ଷ ତଥା ସିଇଓ ଜୟାବର୍ମା ସିହ୍ନା କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking