27.1 C
Bhubaneswar
Wednesday, June 26, 2024
Homeଓଡିଶାଟ୍ରେନ ଦୁର୍ଘଟଣା : ଦୁଃଖ ପ୍ରକାଶ କଲେ ନବୀନ

ଟ୍ରେନ ଦୁର୍ଘଟଣା : ଦୁଃଖ ପ୍ରକାଶ କଲେ ନବୀନ

ଭୁବନେଶ୍ୱର: ପଶ୍ଚିମବଙ୍ଗ ଦାର୍ଜିଲିଂ ଟ୍ରେନ ଦୁର୍ଘଟଣାରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲ୍‌ ‘ଏକ୍ସ’ରେ ଲେଖିଛନ୍ତି, ଓ୍ବେଷ୍ଟବେଙ୍ଗଲରେ କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣାରେ ୫ ଜଣ ଲୋକ ପ୍ରାଣ ହରାଇବା ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ଯେଉଁମାନେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ସେମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି। ସୋମବାର ସକାଳେ ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେବାରୁ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଛି। ଦୁର୍ଘଟଣାକ୍ଷହ ମୋଟ ୮ ଜଣଙ୍କ ମୃତ୍ୟୁ ହୋଇଥିବା ୨୫ ଜଣ ଆହତ ହୋଇଥିବା ରେଲୱେ ବୋର୍ଡ ଅଧ୍ୟକ୍ଷ ତଥା ସିଇଓ ଜୟାବର୍ମା ସିହ୍ନା କହିଛନ୍ତି ।ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ୨ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଥିବାବେଳେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି । ସେହିପରି ପ୍ରଧାନମନ୍ତ୍ରୀ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଥିବାବେଳେ ରେଳମନ୍ତ୍ରୀ ଗୁରୁତରଙ୍କୁ ଅଢେ଼ଇ ଲକ୍ଷ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି । ତେବେ ରେଲୱେ ବୋର୍ଡ ଅଧ୍ୟକ୍ଷ ତଥା ସିଇଓ ଜୟାବର୍ମା ସିହ୍ନା କହିଛନ୍ତି ଯେ ପ୍ରାଥମିକ ଅନୁସନ୍ଧାନରୁ ମାନବୀୟ ତ୍ରୁଟିରୁ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ସିଗନାଲ ମାନିନଥିବାରୁ ଟ୍ରେନ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ତେବେ ଉଦ୍ଧାର କାର୍ଯ୍ୟ ସରିଛି । ଦୁର୍ଘଟଣାକ୍ଷହ ମୋଟ ୮ ଜଣଙ୍କ ମୃତ୍ୟୁ ହୋଇଥିବା ୨୫ ଜଣ ଆହତ ହୋଇଥିବା ରେଲୱେ ବୋର୍ଡ ଅଧ୍ୟକ୍ଷ ତଥା ସିଇଓ ଜୟାବର୍ମା ସିହ୍ନା କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking