31.1 C
Bhubaneswar
Monday, May 20, 2024
Homeଓଡିଶାଟ୍ରେନ ଟ୍ରାଜେଡି: ଚିହ୍ନଟ ହୋଇଥିବା ଓଡିଶାର ୩୯ ଜଣ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧.୯୫ କୋଟି...

ଟ୍ରେନ ଟ୍ରାଜେଡି: ଚିହ୍ନଟ ହୋଇଥିବା ଓଡିଶାର ୩୯ ଜଣ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧.୯୫ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବାହାନଗା ଟ୍ରେନ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଓଡିଶାର ୩୯ ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯାଉଛି ।

ମୃତକଙ୍କ ମଧ୍ୟରେ ଭଦ୍ରକର ୮ଜଣ, ଯାଜପୁରର ୨ଜଣ, ବାଲେଶ୍ୱରର ୧୪ଜଣ, ମୟୁରଭଞ୍ଜର ୯ଜଣ, ଖୋର୍ଦ୍ଧାର ୨ଜଣ, କଟକର ୩ଜଣ ଓ କେନ୍ଦୁଝରର ଜଣେ ବ୍ୟକ୍ତି ଅଛନ୍ତି। ମୃତକମାନଙ୍କର ନିକଟତମ ଆତ୍ମୀୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ ଆରମ୍ଭ ହୋଇଛି । ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ପୂର୍ବରୁ ଓଡିଶାର ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking