28.1 C
Bhubaneswar
Monday, October 28, 2024
Homeଓଡିଶା୯ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି

୯ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ୯ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି କରିଛନ୍ତି । ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ବରିଷ୍ଠ ଓଏଏସ୍ ଅଫିସର ସନ୍ତୋଷ କୁମାର ପ୍ରଧାନଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଥିବାବେଳେ ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି ।

ସେହିପରି ବରଗଡ଼ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟୋପୋଙ୍କୁ ସମ୍ବଲପୁର ଚକବନ୍ଦୀ ଓ ବନ୍ଦୋବସ୍ତ ଅତିରିକ୍ତ କମିଶନର ଭାବେ ବଦଳି ହୋଇଛି । ବରଗଡ଼ ଉପଜିଲ୍ଲାପାଳ ଲଲାଟ କୁମାର ଲୁହାଙ୍କୁ ସେହି ବରଗଡ଼ ଜିଲ୍ଲାର ଅତିରିକ୍ତ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଥିବାବେଳେ ବଲାଙ୍ଗିର ଉପଜିଲ୍ଲାପାଳ କୁମାର ନାଗଭୂଷଣଙ୍କୁ ବରଗଡ଼ ଉପଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି ।

ସେହିପରି ସମ୍ବଲପୁର ଅତିରିକ୍ତ ଉପଜିଲ୍ଲାପାଳ ଆଞ୍ଜେଲିନା ପ୍ରଧାନଙ୍କୁ ସୋନପୁର ଅତିରିକ୍ତ ଜିଲ୍ଲାପାଳ, ସମ୍ବଲପୁରର ଉପଜିଲ୍ଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସେନାଙ୍କୁ ବଲାଙ୍ଗିର ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି । ଭଦ୍ରକ ଅତିରିକ୍ତ ଜିଲ୍ଲାପାଳ ରାମଦାସ ଟୁଡ଼ୁଙ୍କୁ ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲର ରେଜିଷ୍ଟ୍ରାର(ପ୍ରଶାସନିକ) ଏବଂ ବଲାଙ୍ଗିର ତହସିଲଦାର ପୁଷ୍ପାଞ୍ଜଳି ପଣ୍ଡାଙ୍କୁ ସମ୍ବଲପୁର ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking