21.1 C
Bhubaneswar
Wednesday, February 11, 2026
Homeଓଡିଶାବିଧାନସଭା ପରିସରରେ ବିବୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି

ବିଧାନସଭା ପରିସରରେ ବିବୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଆଜି ବିଧାନସଭା ପରସରରେ ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡ଼ା, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ, ମୁଖ୍ୟ ସଚେତକ ସରୋଜ ପ୍ରଧାନ, ଉପମୁଖ୍ୟ ସଚତେକ ଗୋବିନ୍ଦ ଚନ୍ଦ୍ର ଦାସ, ପୂର୍ବତନ ବିଧାୟକ ତଥା ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲ୍ଲିକ, ପ୍ରତାପ ଦେବ, ବିଧାୟକ ବାବୁ ସିଂ ଓ ବିଧାନସଭାର ସଚିବ ସତ୍ୟବ୍ରତ ରାଉତ ପ୍ରମୁଖ ଉପସ୍ଥିତ ରହି ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଏହି ଅବସରରେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଦେଶାତ୍ମବୋଧକ ସଂଗୀତ ପରିବେଷିତ ହୋଇଥିଲା। ରୋଜାଲିନ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସୋସିଆଲ ମିଡିଆ ଏକ୍ସରେ ଉଲ୍ଲେଖ କରିଛନ୍ତି ଯେ ମହାନ ଜନନାୟକ, ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସରେ ବିନମ୍ର ଶ୍ରଦ୍ଧାଞ୍ଜଳି। ଜଣେ ସ୍ୱାଭିମାନୀ ଓଡ଼ିଆ ତଥା ଶିକ୍ଷା, ନାରୀ ସଶକ୍ତିକରଣ ସହ ଆଧୁନିକ ଓଡ଼ିଶା ଗଠନରେ ତାଙ୍କର ଅବଦାନ ସର୍ବଦା ପ୍ରେରଣାଦାୟୀ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking