35.1 C
Bhubaneswar
Tuesday, May 12, 2026
Homeଓଡିଶାସନ୍ଥକବି ଭୀମଭୋଇଙ୍କ ଜୟନ୍ତୀରେ ଶ୍ରଦ୍ଧା ସୁମନ ଅର୍ପଣ

ସନ୍ଥକବି ଭୀମଭୋଇଙ୍କ ଜୟନ୍ତୀରେ ଶ୍ରଦ୍ଧା ସୁମନ ଅର୍ପଣ

ଭୁବନେଶ୍ୱର: ସନ୍ଥକବି ଭୀମଭୋଇଙ୍କ ଜୟନ୍ତୀ ଅବସରରେ ଆଜି ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ସନ୍ଥକବି ଭୀମଭୋଇଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ଓଡ଼ିଶା ବିଧାନସଭା ପାର୍ଶ୍ୱରେ ଥିବା ସନ୍ଥକବି ଭୀମଭୋଇଙ୍କ ପ୍ରତିମୂର୍ତ୍ତିରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଶ୍ରଦ୍ଧା ସୁମନ ଅର୍ପଣ କରିବା ସହ ସନ୍ଥକବିଙ୍କ ସ୍ମୃତିଚାରଣ କରିଥିଲେ। ବାଚସ୍ପତି ଶ୍ରୀମତୀ ପାଢ଼ୀ କହିଥିଲେ ଯେ, ସନ୍ଥକବି ଭୀମଭୋଇ ହେଉଛନ୍ତି ଆମ ଓଡ଼ିଆ ଜାତି ପାଇଁ ଆଦର୍ଶ। ପ୍ରାଣୀଙ୍କ ଆରତ ଦୁଃଖ ଅପ୍ରମିତ, ଦେଖୁ ଦେଖୁ କେବା ସହୁ, ମୋ ଜୀବନ ପଛେ ନର୍କେ ପଡ଼ିଥାଉ, ଜଗତ ଉଦ୍ଧାର ହେଉ, ଏହି ମହାନ ଚିନ୍ତାଧାରା ଓ ସନ୍ଥକବିଙ୍କ ନୀତିବାଣୀ ଆଜି କୋଟି କୋଟି ଲୋକଙ୍କୁ ପ୍ରେରିତ କରିଛି। ସନ୍ଥକବି ଭୀମଭୋଇଙ୍କର ଜନ୍ମ ଜୟନ୍ତୀ ଅବସରରେ ମୁଁ ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ଆଜି ସନ୍ଥକବି ଭୀମଭୋଇଙ୍କ ଜୟନ୍ତୀ ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ଓଡ଼ିଶା ବିଧାନସଭା ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ ନିର୍ଦ୍ଦେଶକ ଶ୍ରୀମତୀ ଦେବଯାନୀ ଭୂୟାଁ ପ୍ରମୁଖ ଉପସ୍ଥିତ ରହି ସନ୍ଥକବି ଭୀମଭୋଇଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking