37.2 C
Bhubaneswar
Friday, April 19, 2024
Homeବ୍ରେକୀଙ୍ଗଟ୍ରକ ଓଲଟି ୧୫ ଶ୍ରମିକ ମୃତ

ଟ୍ରକ ଓଲଟି ୧୫ ଶ୍ରମିକ ମୃତ

ମୁମ୍ବାଇ : ମହାରାଷ୍ଟ୍ରର ଜଲଗାଁଓ ଜିଲ୍ଲାର ୟାବଲ ଅନ୍ତର୍ଗତ କିନଗାଁଓରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ସୋମବାର ଜଣାପଡ଼ିଛି। ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଓଲଟି ପଡିବାରୁ ପ୍ରାୟ ୧୫ ଜଣଙ୍କ ମୃତ୍ୟୁ ହୋଇଯାଇଛି । ଏହାସହ ଦୁର୍ଘଟଣାରେ ୨ ଜଣ ଆହତ ମଧ୍ୟ ହୋଇଛନ୍ତି। ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାଗ୍ରସ୍ତ ଟ୍ରକରେ ସମସ୍ତେ ଶ୍ରମିକ ଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ବ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking