ନୂଆଦିଲ୍ଲୀ: ମର୍ମନ୍ତୁଦ ସଡକ ଦୁର୍ଘଟଣା । ଟ୍ରକ-ବସ ମୁହାଁମୁହିଁ ଧକ୍କା । ତେଲେଙ୍ଗାନାର ରଙ୍ଗାରେଡ୍ଡି ଜିଲ୍ଲାର ଚେଭେଲା ମଣ୍ଡଳର ମିର୍ଜାଗୁଡା ନିକଟରେ ହାଇଦ୍ରାବାଦ- ବିଜାପୁର ରାଜପଥରେ ସଡକ ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ୨୦ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଯାତ୍ରୀ ଆହତ ହୋଇଛନ୍ତି । ବସରେ ୭୦ରୁ ଅଧିକ ଯାତ୍ରୀ ଥିଲେ । ସୂଚନା ଅନୁସାରେ ତନ୍ଦୁର ଡିପୋରୁ ଆରଟିସି ବସ ଆସୁଥିବା ବେଳେ ଟ୍ରକ ସହିତ ଧକ୍କା ଦେଇଥିଲା । ଧକ୍କା ଏତେ ଜୋର ହୋଇଥିଲା ବସରେ ଥିବା ଯେ ଅନେକ ଯାତ୍ରୀ ଚାପି ହୋଇଯାଇଥିଲେ । ଘଟଣାସ୍ଥଳରେ ହିଁ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିଲା । ସ୍ଥାନୀୟ ଲୋକେ ଏବଂ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଏବଂ ଆହତମାନଙ୍କ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡି ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ ଆହତମାନଙ୍କୁ ଉତ୍ତମ ଚିକିତ୍ସା ରିଲିଫ ପାଇଁ ଜିଲ୍ଲା କଲେକ୍ଟରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।










