ଛତିଶଗଡ : ଟ୍ରକକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ । ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ହୋଇଛି । ୭ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର ପରେ ମେଡିକାଲରେ ଭର୍ତ୍ତି କରାଯାଇଛି । ବାଲୋଡ ଜିଲ୍ଲା ଭାନୁପ୍ରତାପପୁର – ଦଲ୍ଲିରାଝରା ରାସ୍ତାରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଛି । ପୁଲିସ୍ ଅଧିକାରୀଙ୍କ ନିକଟରୁ ମିଳିଥିବା ସୂଚନା ଅନୁଯାୟୀ, କାର୍ଟି ଭାନୁପ୍ରତାପପୁର-ଦଲ୍ଲିରାଝରା ରାସ୍ତାରେ ଯାଉଥିବା ବେଳେ ସେଥିରେ ପ୍ରାୟ ୧୩ ଜଣ ଥିଲେ। ବିପରୀତ ଦିଗରୁ ଆସୁଥିବା ଟ୍ରକ୍ଟି କାର୍କୁ ମୁହାଁମୁହିଁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୬ ଜଣଙ୍କର ମୃତ୍ୟୁ ହୋଇଥିଲା।ଖବର ପାଇ ତୁରନ୍ତ ସ୍ଥାନୀୟ ଲୋକେ ଓ ପୁଲିସ୍ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହାପରେ ଗାଡ଼ି ଭିତରୁ ୭ ଗୁରୁତରଙ୍କୁ ଉଦ୍ଧାର କରି ତୁରନ୍ତ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇ ଯାଇଛନ୍ତି। ତାଙ୍କୁ ଗିରଫ କରିବାକୁ ପୁଲିସ୍ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି।










