24.1 C
Bhubaneswar
Tuesday, February 24, 2026
Homeଦେଶ ବିଦେଶକାରକୁ ପିଟିଲା ଟ୍ରକ :  ୬ ମୃତ

କାରକୁ ପିଟିଲା ଟ୍ରକ :  ୬ ମୃତ

ଛତିଶଗଡ : ଟ୍ରକକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ । ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ହୋଇଛି । ୭ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର ପରେ ମେଡିକାଲରେ ଭର୍ତ୍ତି କରାଯାଇଛି । ବାଲୋଡ ଜିଲ୍ଲା ଭାନୁପ୍ରତାପପୁର – ଦଲ୍ଲିରାଝରା ରାସ୍ତାରେ ଦୁର୍ଘଟଣା ଘଟିଛି ।  ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଛି । ପୁଲିସ୍ ଅଧିକାରୀଙ୍କ ନିକଟରୁ ମିଳିଥିବା ସୂଚନା ଅନୁଯାୟୀ, କାର୍‌ଟି ଭାନୁପ୍ରତାପପୁର-ଦଲ୍ଲିରାଝରା ରାସ୍ତାରେ ଯାଉଥିବା ବେଳେ ସେଥିରେ ପ୍ରାୟ ୧୩ ଜଣ ଥିଲେ। ବିପରୀତ ଦିଗରୁ ଆସୁଥିବା ଟ୍ରକ୍‌ଟି କାର୍‌କୁ ମୁହାଁମୁହିଁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୬ ଜଣଙ୍କର ମୃତ୍ୟୁ ହୋଇଥିଲା।ଖବର ପାଇ ତୁରନ୍ତ ସ୍ଥାନୀୟ ଲୋକେ ଓ ପୁଲିସ୍ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହାପରେ ଗାଡ଼ି ଭିତରୁ ୭ ଗୁରୁତରଙ୍କୁ ଉଦ୍ଧାର କରି ତୁରନ୍ତ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇ ଯାଇଛନ୍ତି। ତାଙ୍କୁ ଗିରଫ କରିବାକୁ ପୁଲିସ୍ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking