ନୂଆଦିଲ୍ଲୀ : କର୍ଣ୍ଣାଟକର ଉତ୍ତର କନ୍ନଡ ଜିଲ୍ଲାରେ ଆଦି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଫଳ ବୋଝେଇ ଟ୍ରକ ଟି ଭାରସାମ୍ୟ ହରାଇ ୫୦ ଫୁଟ ଗଭୀର ଖାଇକୁ ଖସି ପଡିଥିଲା । ଫଳ ବୋଝେଇ ଟ୍ରକରେ ପାଖାପାଖି ୩୦ରୁ ଅଧିକ ଲୋକ ଥିଲେ । ଦୁର୍ଘଟଣାରେ ଘଟଣାସ୍ଥଳରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଆହତଙ୍କର ହସ୍ପିଟାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହେଇଥିଲା। ଅନ୍ୟପକ୍ଷେ ଅନ୍ୟ ଆହତଙ୍କୁ ହୁବାଲି କିମ୍ସ ହସ୍ପିଟାଲ୍ରେ ଚିକିତ୍ସା କରାଯାଉଛି। ଅନ୍ୟ ଏକ ଦୁର୍ଘଟଣାରେ କର୍ଣ୍ଣାଟକର ରାଇଚୁର ଜିଲ୍ଲାରେ ୪ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୧୦ ଜଣ ଆହତ ହୋଇଛନ୍ତି। କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟା ଉଭୟ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ସରକାରଙ୍କ ଦ୍ବାରା ପୀଡ଼ିତଙ୍କୁ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ସେ କହିଛନ୍ତି ।










