22.1 C
Bhubaneswar
Wednesday, January 22, 2025
Homeଓଡିଶାରାଜ୍ୟରେ ୧୨ଟି ସହରର ତାପମାତ୍ରା ୩୯ ଡିଗ୍ରୀ ଉପରେ

ରାଜ୍ୟରେ ୧୨ଟି ସହରର ତାପମାତ୍ରା ୩୯ ଡିଗ୍ରୀ ଉପରେ

ଭୁବନେଶ୍ୱର : ରାଜ୍ୟରେ ୧୨ଟି ସହରର ତାପମାତ୍ରା ୩୯ ଡିଗ୍ରୀ ଉପରେ ରହିଥିଲା । ଟିଟିଲାଗଡ଼ର ତାପମାତ୍ରା ସର୍ବାଧିକ ରେକର୍ଡ କରାଯାଇଥିବା ବେଳେ ଏହା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଭାବେ ମଧ୍ୟ ରେକର୍ଡ କରିଛି । ଟିଟିଲାଗଡ଼ର ସର୍ବୋଚ୍ଚ ତାପମାତ୍ରା ୪୧.୪ ଡିଗ୍ରୀ ରହିଥିଲା । ସେହିପରି ବଲାଙ୍ଗିର ୪୧.୩ ଡିଗ୍ରୀ ତାପମାତ୍ରା ସହ ରାଜ୍ୟର ଦ୍ୱିତୀୟ ଉତ୍ତପ୍ତ ସହର ହୋଇଛି । ଉଭୟ ସମ୍ବଲପୁର ଓ ବୌଦ୍ଧର ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ କରାଯାଇଥିଲା । ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । କିନ୍ତୁ ଏହି ସମୟରେ ଆଭ୍ୟନ୍ତରୀଣ ଓଡ଼ିଶାର ସର୍ବାଧିକ ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀଯାଏ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ଆଜି ରାଜ୍ୟର ଅନେକ ସହରରେ ତାପମାତ୍ରା ଗତ ୪୮ଘଣ୍ଟା ଅପେକ୍ଷା ସାମାନ୍ୟ ହ୍ରାସ ପାଇଥିଲା । ଉପକୂଳବର୍ତ୍ତୀ ଅଞ୍ଚଳରେ ପାଗ ସାମାନ୍ୟ କୋହଲା ରହିଥିବା ବେଳେ ଉପକୂଳ ଓଡ଼ିଶା ସମେତ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking