ବଲାଙ୍ଗିର: ବଲାଙ୍ଗିର – ଟିଟିଲାଗଡ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟଣା ଭଟିଛି । ଗଛରେ ପିଟି ହୋଇ ୨ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ଏନଏଚ- ୨୬ ମଠଖାଇ ପାହାଡ ନିକଟରେ ଦୁର୍ଘଟଣା ଘଟିଛି । ସ୍ଥାନୀୟ ଅଞ୍ଚଳରେ ଦୁର୍ଘଟଣାକୁ ନେଇ ଚାପା ଉତ୍ତେଜନା ସୃଷ୍ଟି ହୋଇଛି । ସ୍ଥାନୀୟ ଲୋକଙ୍କ ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରୁଛି । ମୃତ୍ୟୁ ଖବର ଶୁଣି ମୃତକଙ୍କ ପରିବାର ଲୋକଙ୍କ ମନରେ ଶୋକର ଛାୟା ଖେଳିଯାଇଛି ।