ଅନୁଗୁଳ: ଅନୁଗୁଳ ସଦର ଥାନା ଅନ୍ତର୍ଗତ ସାକସିଂହା ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି । ଆଜି ସକାଳ ପ୍ରାୟ ୮ଟା ସମୟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପରେ ୩ ଜଣଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଜଣଙ୍କୁ ମୃତ ଘୋଷଣା କରାଯାଇଥିବା ବେଳେ ଅନ୍ୟ ଜଣଙ୍କ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁ ଘଟିଛି । ଆଉ ଜଣେ ଗୁରୁତର ଅବସ୍ଥାରେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ମୃତକ ଓ ଆହତଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରିନାହିଁ ।