25.1 C
Bhubaneswar
Tuesday, January 13, 2026
Homeଓଡିଶାଜମି ପାଇଁ ଦୁଇ ଗୋଷ୍ଠୀ ମୁହାଁମୁହିଁ : ୭ ଗୁରୁତର

ଜମି ପାଇଁ ଦୁଇ ଗୋଷ୍ଠୀ ମୁହାଁମୁହିଁ : ୭ ଗୁରୁତର

କେନ୍ଦ୍ରାପଡା: ଜମି ପାଇଁ ଦୁଇ ଗୋଷ୍ଠୀ ମୁହାଁମୁହିଁ। ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡା ଆଳି ଥାନା ମାଣିକପାଟଣା ଗାଁରେ। ଜମିଜମା ବିବାଦକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଛି।

ଏଥିରେ ୭ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ଗତକାଲି ରାତିରେ ଏଭଳି ଅଘଟଣ ସାମ୍ନାକୁ ଆସିଛି। ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ପ୍ରଥମେ ଆଳି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ସେମାନଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking