29.1 C
Bhubaneswar
Monday, March 30, 2026
Homeଓଡିଶାଶ୍ରୀମନ୍ଦିରରେ ପିଟାପିଟି ଲାଗିଲେ ଦୁଇ ସେବାୟତ ଗୋଷ୍ଠୀ

ଶ୍ରୀମନ୍ଦିରରେ ପିଟାପିଟି ଲାଗିଲେ ଦୁଇ ସେବାୟତ ଗୋଷ୍ଠୀ

ପୁରୀ: ରାଜ୍ୟ ସରକାରଙ୍କ ତାଗିଦ୍‌ ସତ୍ତ୍ୱେ ସୁଧୁରୁନାହାନ୍ତି ଶ୍ରୀମନ୍ଦିର ସେବାୟତ। ଆଜି ପୁଣି ଲାଗିଛନ୍ତି ପିଟାପିଟି। ଶ୍ରୀମନ୍ଦିର ବେହରଣ ଦ୍ୱାର ନିକଟରେ ଦୁଇ ସେବାୟତ ଗୋଷ୍ଠୀ ପିଟାପିଟି ହୋଇଛନ୍ତି। ଏଥିରେ ଜଣେ ବରିଷ୍ଠ ସେବାୟତ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ଆଜି ଅପରାହ୍ନରେ ଶ୍ରୀମନ୍ଦିର ବେହରଣ ଦ୍ୱାର ନିକଟସ୍ଥ ମୁକ୍ତିମଣ୍ଡପ ପାଖରେ ସେବାୟତ ବିଶ୍ୱନାଥ ଖୁଣ୍ଟିଆ ଶ୍ରଦ୍ଧାଳୁଙ୍କୁ ପାଦୁକା ବାଣ୍ଟୁଥିଲେ। ଠିକ୍‌ ସେତିକି ବେଳେ ନିଜ ସମ୍ପର୍କୀୟ ସେବାୟତମାନେ ତାଙ୍କୁ ଆକ୍ରମଣ କରିଥିଲେ।

ଯେଉଁଥିପାଇଁ ଶ୍ରୀ ଖୁଣ୍ଟିଆ ଲହୁ ଲୁହାଣ ହୋଇଥିଲେ। ମନ୍ଦିର ପୁଲିସ୍‌ ତାଙ୍କୁ ଉଦ୍ଧାର କରି ମେଡ଼ିକାଲ୍‌ରେ ଭର୍ତ୍ତି କରିଥିଲା। ଏ ନେଇ ସେ ସିଂହଦ୍ୱାର ଥାନାରେ ଲିଖିତ ଅଭିଯୋଗ ହୋଇଥିଲେ। ପୁଲିସ୍‌ ୫ରୁ୬ ଜଣ ସେବାୟତଙ୍କୁ ଥାନାକୁ ଡାକି ପଚରାଉଚରା କରୁଛି। ହେଲେ ବର୍ତ୍ତମାନ ସୁଦ୍ଧା ଆକ୍ରମଣର କାରଣ ଜଣାପଡ଼ି ନାହିଁ। ପାରିବାରିକ ଗଣ୍ଡଗୋଳ ହୋଇଥିବା ସନ୍ଦେହ କରାଯାଉଛି। ଅଭିଯୋଗ ହେଉଛି ଶ୍ରଦ୍ଧାଳୁଙ୍କୁ ପାଦୁକା ବଣ୍ଟନ ବେଳେ ପାଉଣା ଭାଗବଣ୍ଟାକୁ ନେଇ ଗଣ୍ଡଗୋଳ ହୋଇଥାଇପାରେ। ଆଉ କିଛି କହୁଛନ୍ତି ଆହତ ହୋଇଥିବା ବିଶ୍ୱନାଥ ଖୁଣ୍ଟିଆ ଓ ଆକ୍ରମଣ କରିଥିବା ସେବାୟତମାନେ ଗୋଟିଏ ସମ୍ପର୍କୀୟର। ତେଣୁ କୌଣସି ପାରିବାରିକ ଗଣ୍ଡଗୋଳ ଯୋଗୁ ଏପରି ହୋଇଥିବା ଚର୍ଚ୍ଚା ହେଉଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking