26.1 C
Bhubaneswar
Friday, March 29, 2024
Homeଓଡିଶାଝୁଲନ୍ତା ଅବସ୍ଥାରେ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର

ଝୁଲନ୍ତା ଅବସ୍ଥାରେ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର

ଗଞ୍ଜାମ  : ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ସୂନାପଲି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଏକ ଗଛରୁ ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ।
ସୂଚନା ଅନୁଯାୟୀ, ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ସୂନାପଲି ଗାଁର ଲାଲୁଘାଇ ପୋଖରୀ ହୁଡାରେ ଥିବା ଗଛରେ ଉଭୟ ଯୁବକ-ଯୁବତୀଙ୍କ ମୃତଦେହ ଝୁଲୁଥିବାର ଗାଁଲୋକ ଦେଖିଥିଲେ । ଦେଖିବା ପରେ ଗାଁଲୋକ ପୁଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ଗଛରେ ଝୁଲୁଥିବା ମୃତଦେହକୁ ଉଦ୍ଧାର କରିଛି । ଉଭୟଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ପୁଲିସ ମେଡିକାଲକୁ ପଠାଇଛି । ମୃତ ଯୁବକ-ଯୁବତୀଙ୍କ ପରିଚୟ ମିଳିପାରିନାହିଁ । ଉଭୟଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରୁଛି ।
https://onakhabar.com/2019/12/21/beer-attack/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking