27.1 C
Bhubaneswar
Tuesday, July 8, 2025
Homeଓଡିଶାସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ମାଓବାଦୀଙ୍କ ମୃତ୍ୟୁ

ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ମାଓବାଦୀଙ୍କ ମୃତ୍ୟୁ

କଟକ: ମାଓବାଦୀ ଦମନ ଅଭିଯାନ କ୍ଷେତ୍ରରେ କନ୍ଧମାଳ ଜିଲ୍ଲା ପୋଲିସକୁ ଆଜି ଏକ ବଡ଼ ସଫଳତା ମିଳିଛି। ଏହି ଅଭିଯାନରେ ୨ ଜଣ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ବେଳେ ଘଟଣାସ୍ଥଳରୁ ଗୋଟିଏ ରାଇଫଲ, ରିଭଲଭର, ଜୀବନ୍ତ ଗୁଳି, ୱାକି ଟକି, ବ୍ୟାଟେରୀ ଏବଂ ଅନ୍ୟାନ୍ୟ ମାଓ ସାମଗ୍ରୀ ଜବତ କରାଯାଇଛି। ମୃତ୍ୟବରଣ କରିଥିବା ଉଭୟ ମାଓବାଦୀ ମଙ୍କୁ ଏବଂ ଚନ୍ଦନ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। କନ୍ଧମାଳ ଜିଲ୍ଲାରେ ସକ୍ରିୟ ଥିବା ମାଓବାଦୀ ଗୃପର ମଙ୍କୁ ଏସିଏମ୍ କ୍ୟାଡର ଏବଂ ଚନ୍ଦନ ପାର୍ଟି ସଦସ୍ୟ ବୋଲି ପୋଲିସ ପ୍ରାରମ୍ଭିକ ସୂଚନା ପାଇଛି। ସମ୍ପୂକ୍ତ ଅଞ୍ଚଳରେ ପୋଲିସ ପକ୍ଷରୁ ବ୍ୟାପକ ତଲାସୀ ଅଭିଯାନ ଜାରି ରହିଛି।

ଉଲ୍ଲେଖ ଯୋଗ୍ୟ ଯେ, ବାଲିଗୁଡା ଥାନା ଅଧୀନ ପୁରାଣଜିଆବ ସଂରକ୍ଷିତ ଜଙ୍ଗଲ ନିକଟରେ କିଛି ମାଓବାଦୀ ଲୁଚି ରହିଥିବା ସଂକ୍ରାନ୍ତରେ ଜିଲ୍ଲା ପୋଲିସର ଗୁଇନ୍ଦା ସୂତ୍ରରୁ ସୂଚନା ମିଳିଥିଲା। ସେହି ଅନୁଯାୟୀ, କନ୍ଧମାଳ ଏସପି ହରିଶ ବି.ସି.ଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲାର ଡିଭିଏଫ ଯବାନ ଟିମ ସମ୍ପୂକ୍ତ ଅଞ୍ଚଳରେ ମାଓ ବିରୋଧୀ ଅଭିଯାନ ଆରମ୍ଭ କରିଥିଲେ। ଆଜି ପୂର୍ବାହ୍ନ ପ୍ରାୟ ୧୨ଟା ସମୟରେ ଡିଭିଏଫ୍ ଯବାନ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହି ଗୁଳି ବିନିମୟରେ ମଙ୍କୁ ଏବଂ ଚନ୍ଦନଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ଉଭୟଙ୍କ ମୃତ ଦେହ ଜବତ କରିବା ସହ ସମ୍ପୃକ୍ତ ଅଞ୍ଚଳରେ ଅପେରସନ ଜୋରଦାର କରିଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଏହି ସଫଳତା ପାଇଁ କନ୍ଧମାଳ ଜିଲ୍ଲା ଏସପି ଶ୍ରୀ ହରିଶ ବି.ସି. ଏବଂ ଡିଭିଏଫ୍ ଟିମକୁ ଶୁଭେଚ୍ଛା ଜଣାଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking