36.7 C
Bhubaneswar
Tuesday, April 16, 2024
Homeଓଡିଶାଦୁଇ ମନ୍ତ୍ରୀଙ୍କୁ ଜାତୀୟ ପତାକା ଉତ୍ତାଳନ କରିବା ମନା

ଦୁଇ ମନ୍ତ୍ରୀଙ୍କୁ ଜାତୀୟ ପତାକା ଉତ୍ତାଳନ କରିବା ମନା

ଭୁବନେଶ୍ୱର : ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ସାମିଲ ହେବାକୁ ଥିବା ୨ଜଣ କ୍ୟାବିନେଟ ମନ୍ତ୍ରୀ ପଦ୍ମନାଭ ବେହେରା ଓ ନିରଞ୍ଜନ ପୂଜାରୀଙ୍କୁ କ୍ୱାରେଣ୍ଟାଇନରେ ରହିବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ଦ୍ଦେଶ ଦେଇଛନ୍ତି । ଗଞ୍ଜାମ ଓ ପୁରୀ ଜିଲ୍ଲାର ସ୍ୱାଧୀନତା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯଥାକ୍ରମେ ପଦ୍ମନାଭ ଓ ନିରଞ୍ଜନ ସାମିଲ ହୋଇ ଜାତୀୟ ପତାକା ଉତ୍ତୋଳନ ସହ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରିଥାନ୍ତେ । ଏହି ଦୁଇ ମନ୍ତ୍ରୀଙ୍କ ପରିବର୍ତ୍ତେ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଜାତୀୟ ପତାକା ଉତ୍ତୋଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ ଦୁଇ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ପଦ୍ମନାଭ ବେହେରା ନିକଟରେ ଏକ ବୈଠକରେ ଜଣେ ‘କୋଭିଡ-୧୯’ ସଂକ୍ରମିତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିଲେ । ତେଣୁ ସେମାନଙ୍କୁ ଆସନ୍ତାକାଲି ଯଥାକ୍ରମେ ପୁରୀ ଓ ଗଞ୍ଜାମରେ ଜାତୀୟ ପତାକା ଉତ୍ତୋଳନ କାର୍ଯ୍ୟକ୍ରମରେ ସାମିଲ ନହେବାକୁ ପରାମର୍ଶ ଦିଆଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking