19.1 C
Bhubaneswar
Friday, February 13, 2026
Homeଦେଶ ବିଦେଶଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ସଫା

ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ସଫା

ନୂଆଦିଲ୍ଲୀ : ଏନକାଉଣ୍ଟରରେ ଟଳିଲେ ଦୁଇ ଆତଙ୍କବାଦୀ। ଜମ୍ମୁ-କଶ୍ମୀର କୁପଓ୍ୱାଡା ଜିଲ୍ଲର ଗୁଗଲଧର ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି। ଗତକାଲି ଠାରୁ ଗୁଳିବିନିମୟ ଜାରି ରହିଛି। ଆଜି ଏଥିରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ଗତକାଲି ଗୁଗଲଧର ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷା ବାହିନୀ ସୂଚନା ପାଇଥିଲା। ଏହା ପରେ ଏହି ଅପରେସନ୍ ଆରମ୍ଭ ହୋଇଥିଲା। ପୂରା ଅଞ୍ଚଳକୁ ଘେରି ରହିଥିଲା ସୁରକ୍ଷା ବାହିନୀ। ଏହାପରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଥିଲା ଯେଉଁଥିରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ମୃତ ଆତଙ୍କବାଦୀଙ୍କ ନିକଟରୁ ବିପୁଳ ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking