30.1 C
Bhubaneswar
Monday, May 20, 2024
Homeଓଡିଶା୪ ପର୍ଯ୍ୟନ୍ତ ଅସହ୍ୟ; ଜାରିରହିବ କାଳବୈଶାଖୀ ବର୍ଷା

୪ ପର୍ଯ୍ୟନ୍ତ ଅସହ୍ୟ; ଜାରିରହିବ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ଆସନ୍ତା ୪ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା । ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡଘଡି ସହ ବର୍ଷା ପବନ ଜାରି ରହିବ । ତେଲେଙ୍ଗାନା ଏବଂ ମଧ୍ୟପ୍ରଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଖରାବର୍ଷାର ଲୁଚକାଳି ଜାରି ରହିଛି ।

ବୁଧବାର ୨୦ଟି ଜିଲ୍ଲାକୁ କାଳବୈଶାଖୀ ନେଇ ସତର୍କତା ଜାରି କରାଯାଇଛି । ୧ ଏବଂ ୨ ତାରିଖରେ ୮ଟି ଜିଲ୍ଲା, ୩ ତାରିଖରେ ୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେପଟେ ସକ୍ରିୟ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ସେପଟେ ଆରବ ସାଗର ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଜୁନ୍ ୬ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି । ଏହା ଦକ୍ଷିଣ ଓ ପୂର୍ବ ଭାରତକୁ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ପ୍ରବାହକୁ ପ୍ରଭାବିତ କରିପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ-ସିଇସି ପକ୍ଷରୁ କୁହାଯାଇଛି ।

ଏହି ଲଘୁଚାପ କ୍ଷେତ୍ରର ତୀବ୍ରତା ଓ ଗତିପଥକୁ ନେଇ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଅଗ୍ରଗତି ନିର୍ଭର କରିପାରେ ବୋଲି ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି । ଅନ୍ୟପଟେ ପଶ୍ଚିମ ଓଡ଼ିଶାକୁ ଛାଡିଦେଲେ ବାକି ସବୁ ଜିଲ୍ଲାରେ ତାପମାତ୍ରା କମିଛି । କିନ୍ତୁ ବାୟୁମଣ୍ଡଳରେ ଅତ୍ୟଧିକ ମାତ୍ରାରେ ଜଳୀୟବାଷ୍ପ ପାଇଁ ଆର୍ଦ୍ରତା ୭୫ରୁ ୮୦ପ୍ରତିଶତ ରହୁଛି । ଫଳରେ ଅସହ୍ୟ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ଉପକୂଳ ଓଡ଼ିଶାବାସୀ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking