23.1 C
Bhubaneswar
Saturday, February 14, 2026
Homeଓଡିଶାମୋଦିଙ୍କ ନେତୃତ୍ଵରେ ଭାରତ ତୃତୀୟ ବୃହତ ଅର୍ଥଶକ୍ତି ହେବାକୁ ଯାଉଛି : ଜେ.ପି. ନଡ୍ଡା

ମୋଦିଙ୍କ ନେତୃତ୍ଵରେ ଭାରତ ତୃତୀୟ ବୃହତ ଅର୍ଥଶକ୍ତି ହେବାକୁ ଯାଉଛି : ଜେ.ପି. ନଡ୍ଡା

ଭୁବନେଶ୍ଵର : ଆଜି ଭୁବନେଶ୍ଵରରେ ସଦସ୍ୟତା ଅଭିଯାନ ଏବଂ ବୁଦ୍ଧିଜୀବୀ ସମ୍ମିଳନୀ ଆୟୋଜିତ ହୋଇଛି। ଏଥିରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଯୋଗଦେଇ ନିଜ ବ୍ୟକ୍ତବ୍ୟ ରଖିଛନ୍ତି। ସେ କହିଛନ୍ତି ୨୦୪୭ରେ ଭାରତକୁ ବିକଶିତ କରିବା । ଏଥିପାଇଁ ସମସ୍ତଙ୍କ ଯୋଗଦାନ ଜରୁରୀ ।  ଆମେରିକା, ୟୁରୋପ , ଅଷ୍ଟ୍ରେଲିଆର ଅର୍ଥନୀତି ଅସ୍ଥିର ରହିଛି। କିନ୍ତୁ ଭାରତର ଅର୍ଥନୀତି କ୍ରମଶଃ ଅଗ୍ରଗତି କରୁଛି । ମୋଦିଙ୍କ ନେତୃତ୍ଵରେ ଆମେ ଆଜି ବ୍ରିଟେନକୁ ପଛରେ ପକାଇଛୁ । ଭାରତ ଆଜି ବିଶ୍ଵର ପଞ୍ଚମ ଅର୍ଥଶକ୍ତିରେ ପରିଣତ ହୋଇଛି। ମୋଦିଙ୍କ ନେତୃତ୍ଵରେ ଭାରତ ତୃତୀୟ ବୃହତ ଅର୍ଥଶକ୍ତି ହେବାକୁ ଯାଉଛି। ୭୦ ବର୍ଷରୁ ଅଧିକ ୬ କୋଟି ଆୟୁଷ୍ମାନ୍ ଭାରତରେ ସାମିଲ ହେବେ। ଭାରତରେ କେହି କଚ୍ଚା ଘରେ ରହିବେନି, ଆଉ ୩ କୋଟି ଘର ମଞ୍ଜୁର ହୋଇଛି। ତେଣୁ ଏହି ୫ ବର୍ଷ ଆମ ସମସ୍ତଙ୍କ ପାଇଁ ଗୁରୁତ୍ଵପୂର୍ଣ୍ଣ ବୋଲି କହିଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ସେଥିପାଇଁ ମୋଦି କହିଛନ୍ତି ୟହି ସମୟ ହେ, ସହି ସମୟ ହେ । ଭୁବନେଶ୍ଵରେ ଆୟୋଜିତ ସଦସ୍ୟତା ଅଭିଯାନ ଏବଂ ବୁଦ୍ଧିଜୀବୀ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପ୍ରଭାରୀ ସୁନୀଲ ବଂଶଲ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପ୍ରମୁଖଙ୍କ ସମେତ ବହୁ କାର୍ଯ୍ୟକର୍ତ୍ତା ଏବଂ ବୁଦ୍ଧିଜୀବୀ ସାମିଲ ହୋଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking