ସମ୍ବଲପୁର : ସମ୍ବଲପୁର ଯାଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି ସକାଳେ ପ୍ରଥମେ ସମ୍ବଲପୁର ରେଳ ଷ୍ଟେସନରେ ସମ୍ବଲପୁର-ଦର୍ଶନ ନଗର-ସମ୍ବଲପୁର ଆସ୍ଥା ସ୍ୱତନ୍ତ୍ର ଟ୍ରେନର ଶୁଭାରମ୍ଭ କରିଛନ୍ତି । ଏହି ଟ୍ରେନ୍ ଯୋଗେ ପଶ୍ଚିମ ଓଡ଼ିଶା ଲୋକେ ଅଯୋଧ୍ୟା ଯାଇ ଶ୍ରୀରାମଙ୍କୁ ଦର୍ଶନ କରିପାରିବେ । ସେହିପରି ସମ୍ବଲପୁର ବୈଦିକ ଆର୍ନ୍ତଜାତିକ ସ୍କୁଲରେ ରୋବୋଟିକ୍ ସେଣ୍ଟରର ଲୋକାର୍ପଣ କରିବେ । ଏହା ସହ ମଝିପାଲିଠାରେ ଓଡ଼ିଶାର ପ୍ରଥମ ସ୍କିଲ୍ ଇଣ୍ଡିଆ ସେଣ୍ଟରର ଉଦଘାଟନ କରିବେ କେନ୍ଦ୍ରମନ୍ତ୍ରୀ । ପରେ ସମ୍ବଲପୁର ପିଏମଶ୍ରୀ ଜବାହର ନବୋଦୟ ବିଦ୍ୟାଳୟରୁ ଭିଡିଓ କନଫରେନସିଂରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦଘାଟନ ଓ ଶିଳାନ୍ୟାସ କାର୍ୟ୍ୟକ୍ରମରେ ଯୋଡ଼ି ହେବ । ଏହା ପରେ ଡାକ ବିଭାଗ ପକ୍ଷରୁ ସନ୍ଥକବି ଭୀମଭୋଇ, ସ୍ୱଭାବ କବି ଗଙ୍ଗାଧର ମେହେର ଏବଂ ପଶ୍ଚିମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଉପରେ ୬ଟି ଡାକ ଟିକେଟ୍ ଉନ୍ମୋଚିତ ହେବ । ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ୪୨ଟି ଡାକଘରର ଉଦଘାଟନ କରିବାର କାର୍ୟ୍ୟକ୍ରମ ରହିଛି । ଏହା ପରେ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରରେ ପିଏମ୍ ସ୍ୱନିଧି ଯୋଜନା ସମ୍ପର୍କିତ ରାଷ୍ଟ୍ରୀୟ ଉଦ୍ୟମିତା ବିକାଶ ପରିଯୋଜନାର ଶୁଭାରମ୍ଭ କରିବେ ।