28.1 C
Bhubaneswar
Friday, June 28, 2024
Homeଦେଶ ବିଦେଶଓଡିଆରେ ଶପଥ ପାଠ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଓଡିଆରେ ଶପଥ ପାଠ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ସାଂସଦ ଭାବେ ଶପଥ ନେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି ସଂସଦ ଅଧିବେଶନ ଆରମ୍ଭ ହେବା ପରେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ସାଂସଦଙ୍କ ଶପଥ ପାଠ କରାଇଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନନିଜ ମାତୃଭାଷା ଓଡିଆରେ ଶପଥ ପାଠ କରିଛନ୍ତି । ତାଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନ ପ୍ରମୁଖ ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି । ସୂଚନାଯୋଗ୍ୟ ଯେ, କାମଚଳା ବାଚସ୍ପତି ତଥା କଟକ ସାଂସଦ ଭର୍ତ୍ତୃହରି ମହତାବ ନବ ନିର୍ବାଚିତ ସାଂସଦ ମାନଙ୍କୁ ଶପଥ ପାଠ କରାଇବେ । ଦୁଇ ଦିନ ଧରି ଚାଲିବ ଏହି ପ୍ରକ୍ରିୟା । ଆଜି ପ୍ରଥମ ଦିନରେ ୨୮୦ ସାଂସଦ ଶପଥ ଗ୍ରହଣ କରିବେ । ଏହାପରେ ୨୬ ତାରିଖରେ ବାଚସ୍ପତି ନିର୍ବାଚନ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking