40.1 C
Bhubaneswar
Saturday, April 27, 2024
Homeଓଡିଶାଦୀପାବଳି ଅବସରରେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଦୀପାବଳି ଅବସରରେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ଆଜି ଆଲୋକର ପର୍ବ ଦୀପାବଳି। ଖୁସି ଏବଂ ଆନନ୍ଦର ପର୍ବ ଦୀପାବଳି। ଗାଁଠୁ ସହର ସବୁଠି ଉତ୍ସର ମାହୋଲ। ଘରେ ଦୀପ ଜାଳି ସବୁଜ ବାଣ ଫୁଟାଇ ଏହି ପର୍ବକୁ ପାଳନ କରନ୍ତୁ। ତେବେ ଦୀପାବଳି ଉପଲକ୍ଷେ ସମସ୍ତଙ୍କୁ ଶୁଭକାମନା ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଟ୍ୱିଟ କରି ସମସ୍ତଙ୍କୁ ଶୁଭକାମନା ଜଣାଇଛନ୍ତି। ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଏବଂ ଉଲ୍ଲାସ ଆଣିଦେଉ ବୋଲି ଟ୍ୱିଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ।

 

ସେହିଭଳି  ଆଲୋକର ପର୍ବ ପବିତ୍ର ଦୀପାବଳୀ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାବଧାନତା ଓ ସତର୍କତା ବଜାୟ ରଖି ଉତ୍ସବରେ ସାମିଲ ହେବା ପାଇଁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆଲୋକର ପର୍ବ ଦୀପାବଳୀ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ନାନା ପୌରାଣିକ ମତବାଦ, ସଂଯୋଗ ଓ ଧର୍ମୀୟ ବିଶ୍ୱାସ ମଧ୍ୟରେ ବାନ୍ଧି ହୋଇ ରହିଥିବା ଏହି ପର୍ବକୁ ବୈଜ୍ଞାନିକ ଅନୁଶୀଳନ କଲେ ଜଣାପଡ଼େ ଏହା ଏକ କୃଷିଭିତ୍ତିକ ବିଧି । ଯାହା ପ୍ରାଚୀନ କଳିଙ୍ଗର ତାର କୃଷିକ୍ଷେତ୍ର ଓ ତତସହିତ ପୁରପଲ୍ଲୀରେ ପୋକ ନିୟନ୍ତ୍ରଣ ପାଇଁ ଆୟୋଜନ ହେଉଥିଲା । ଧାନର ଏନ୍ତୁଡ଼ିଶାଳ ଓଡ଼ିଶା ଚାଷବାସରେ ସମୃଦ୍ଧ ଥିଲା । ଏହାର ପାରମ୍ପରିକ ଚାଷ ପ୍ରଣାଳୀ ମଧ୍ୟ ବିଜ୍ଞାନ ସମ୍ମତ । ପୂର୍ବକାଳର ରୋଗପୋକ ନିୟନ୍ତ୍ରଣ ପଦ୍ଧତି ଅତି ଉତ୍କୃଷ୍ଟ ଥିଲା ବୋଲି ଆମେରିକାର ଗବେଷକ ଉପନୀତ ହୋଇଛନ୍ତି । ରୋଗପୋକ ଦମନ ପାଇଁ ଓଡ଼ିଆମାନେ ନିମ୍ବ ପତ୍ର ଓ ଆଲୋକ ଦିହୁରୀର ବହୁଳ ଉପଯୋଗ କରୁଥିବାର ଗବେଷକମାନେ ମତ ଦିଅନ୍ତି । ଏ ଦୁଇଟି ଉପାୟ ଏବେ ସୁଦ୍ଧା ବୈଜ୍ଞାନିକଙ୍କଦ୍ୱାରା ସର୍ବୋତ୍କୃଷ୍ଟ ବିବେଚିତ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking