32.6 C
Bhubaneswar
Saturday, June 27, 2026
Homeଓଡିଶାଭୁବନେଶ୍ୱରରେ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ

ଭୁବନେଶ୍ୱରରେ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ

ଭୁବନେଶ୍ୱର : ଭୁବନେଶ୍ୱରରେ କେନ୍ଦ୍ର ସଂସଦୀୟ ବ୍ୟାପାର ତଥା ସଂଖ୍ୟାଲଘୁ ବିଭାଗର ମନ୍ତ୍ରୀ କିରଣ ରିଜିଜୁ। ସେ ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଭୁବନେଶ୍ବରରେ ପହଞ୍ଚିବା ପରେ ତାଙ୍କୁ , ବିମାନବନ୍ଦରରେ ସ୍ବାଗତ କରିଛନ୍ତି ସଂସଦୀୟ ବ୍ୟାପାର ତଥା ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଓ ଭଟଲି ବିଧାୟକ ଈରାଶିଷ ଆଚାର୍ୟ୍ୟ। ଆଜି ବିଧାନସଭାରେ ନୂଆ ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ୟ୍ୟକ୍ରମରେ ସେ ଯୋଗ ଦେବେ। ନୂଆ ବିଧାୟକମାନଙ୍କୁ ନିଜ ଅନୁଭୂତି ବାଣ୍ଟିବେ କେନ୍ଦ୍ରମନ୍ତ୍ରୀ। ଏହାପରେ ସନ୍ଧ୍ୟାରେ ସେ ଦିଲ୍ଲୀ ଫେରିଯିବେ।
ସୂଚନାଯୋଗ୍ୟ ଯେ, ବିଧାନସଭାରେ ନୂଆ ବିଧାୟକ ନେବେ ପ୍ରଶିକ୍ଷଣ। ଦୁଇ ଦିନ ଧରି ଚାଲିବ ଏହି ପ୍ରଶିକ୍ଷଣ କାର୍ୟ୍ୟକ୍ରମ। ପ୍ରଶିକ୍ଷଣ କାର୍ୟ୍ୟକ୍ରମରେ ଯୋଗଦେବା ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ। ତେବେ ଦଳୀୟ ଭିତ୍ତିରେ କାର୍ୟ୍ୟକ୍ରମ ହେଉଥିବାର ଅଭିଯୋଗ ଆଣି ଉଭୟ ବିଜେଡି ଓ କଂଗ୍ରେସ ଏହାର ବର୍ଜନ କରିଛନ୍ତି। ଦୁଇ ବିରୋଧୀ ଦଳର ବର୍ଜନ ପରେ ଏବେ ବିଜେପିର ବିଧାୟକଙ୍କୁ ନେଇ ଏହି କାର୍ୟ୍ୟକ୍ରମ ଚାଲିବା ଏକ ପ୍ରକାର ନିଶ୍ଚିତ ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking