30.1 C
Bhubaneswar
Sunday, May 19, 2024
Homeଓଡିଶାଟେକ୍ସାସ୍ ୟୁନିଭରସିଟି (ଡଲାସ୍) ଦ୍ବାରା ନବୀନ ଜିନ୍ଦଲଙ୍କୁ ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆୱାର୍ଡ ପ୍ରଦାନ

ଟେକ୍ସାସ୍ ୟୁନିଭରସିଟି (ଡଲାସ୍) ଦ୍ବାରା ନବୀନ ଜିନ୍ଦଲଙ୍କୁ ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆୱାର୍ଡ ପ୍ରଦାନ

– ନୋବେଲ ବିଜେତା ଅଜିଜ ସୈଂକରଙ୍କ ପରେ ଏହି ପୁରସ୍କାର ପାଇବାରେ ଶ୍ରୀ ଜିନ୍ଦଲ ଦ୍ୱିତୀୟ ବ୍ୟକ୍ତି

ନୂଆଦିଲ୍ଲୀ: ଶିଳ୍ପ, ରାଜନୀତି ଏବଂ ଶିକ୍ଷା କ୍ଷେତ୍ରରେ ସଫଳତା ପାଇଁ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଚେୟାରମ୍ୟାନ୍ ଶ୍ରୀ ନବୀନ ଜିନ୍ଦଲଙ୍କୁ ଟେକ୍ସାସ ୟୁନିଭରସିଟି (ଡଲାସ) ଦ୍ୱାରା ଆଜୀବନ ଆଚିଭମେଣ୍ଟ ଆୱାର୍ଡରେ ସମ୍ମାନିତ କରାଯାଇଛି। ୨୫ ମାର୍ଚ୍ଚ ୨୦୨୩ରେ ବିଶ୍ୱବିଦ୍ୟାଳୟ ଦ୍ବାରା ଆୟୋଜିତ ଏକ ସମାରୋହରେ ଏହି ବିଶ୍ୱବିଦ୍ୟାଳୟ ୧୯୯୨ ବ୍ୟାଚ୍ ର ପୁରାତନ ଛାତ୍ର ଶ୍ରୀ ଜିନ୍ଦଲ ଏହି ପୁରସ୍କାର ଗ୍ରହଣ କରିଥିଲେ। ନୋବେଲ ବିଜେତା ଅଜିଜ ସୈଂକର ପରେ ଏହି ସମ୍ମାନଜନକ ପୁରସ୍କାର ପାଇବାରେ ଶ୍ରୀ ଜିନ୍ଦଲ ଦ୍ୱିତୀୟ ବ୍ୟକ୍ତି ।

ଟେକ୍ସାସ ୟୁନିଭରସିଟି (ଡଲାସ) ଛାତ୍ର ଭାବରେ ଶ୍ରୀ ଜିନ୍ଦଲ ଷ୍ଟୁଡେଣ୍ଟ ଗଭର୍ଣ୍ଣମେଣ୍ଟର ଉଭୟ ଉପାଧ୍ୟକ୍ଷ ଏବଂ ଅଧ୍ୟକ୍ଷ ଭାବରେ କାର୍ଯ୍ୟ କରିଥିଲେ ଏବଂ ଷ୍ଟୁଡେଣ୍ଟ ଲିଡର ଅଫ୍ ଦି ଇୟର ପୁରସ୍କାର ପାଇଥିଲେ । ସେ ୨୦୧୦ରେ ବିଶ୍ୱବିଦ୍ୟାଳୟର ବିଶିଷ୍ଟ ଆଲୁମିନି ପୁରସ୍କାର ସହିତ ସମ୍ମାନିତ ହୋଇଥିଲେ । ଟେକ୍ସାସ ୟୁନିଭରସିଟି (ଡଲାସ) ଦ୍ବାରା ନିଜର ସ୍କୁଲ୍ ଅଫ୍ ମ୍ୟାନେଜମେଣ୍ଟକୁ 2011 ରେ ନବୀନ ଜିନ୍ଦଲ ସ୍କୁଲ୍ ଅଫ୍ ମ୍ୟାନେଜମେଣ୍ଟ ଭାବରେ ପୁନଃ ନାମକରଣ କରି ନିଜର ଅତିବିଶିଷ୍ଟ ପୁରାତନ ଛାତ୍ରଙ୍କୁ ସମ୍ମାନିତ କରିଥିଲା ।

ପୁରାତନ ଛାତ୍ର ମାନଙ୍କ ନିମନ୍ତେ ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆୱାର୍ଡ ଟେକ୍ସାସ ୟୁନିଭରସିଟି (ଡଲାସ)ର ସର୍ବୋଚ୍ଚ ସାମ୍ନାନ । ଯେଉଁମାନେ ସମାଜରେ ପରିବର୍ତ୍ତନ, ବିଶ୍ବବିଦ୍ୟାଳୟର ବିକାଶ ନିମନ୍ତେ ମହତ୍ୱପୂର୍ଣ ଯୋଗଦାନ କରିବା ସହିତ ଏବଂ ଉତ୍କର୍ଷର ନୂତନ ଉଚ୍ଚତାରେ ପହଞ୍ଚିବାକୁ ଅନ୍ୟମାନଙ୍କୁ ପ୍ରେରଣା ଦେଇଥାନ୍ତି, ସେମାନଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥାଏ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking